ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନଙ୍କ ସହାୟକ ଉପକରଣ ଚିହ୍ନଟ ଶିବିର

ଛତ୍ରପୁର,(ଯୁଗାବ୍ଦ ନ୍ୟୁଜ୍‌): ସ୍ଥାନୀୟ ପୁତିଗୋପାଳପୁର ପ୍ରକଲ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଜିଲ୍ଲା ସମଗ୍ର ଶିକ୍ଷା ଅଭିଯାନ ଓ ଛତ୍ରପୁର ବିଇଓ କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନଙ୍କ ସହାୟକ ଉପକରଣ ଚିହ୍ନଟ ଶିବିର ବିଇଓ ଅବିନାଶ ଶତପଥୀଙ୍କ ପୈାରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲା ଅନ୍ତର୍ନିବେଶୀ ଶିକ୍ଷା ସଂଯୋଜକ ତପନ କୁମାର ସାହୁ ଯୋଗଦେଇ କାର୍ଯ୍ୟକ୍ରମ ଉପରେ ଆଲୋଚନା କରିଥିଲେ । ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଏବିଇଓ ନୃସିଂହ ଚରଣ ମିଶ୍ର ଓ ସୀତାରାମ ପାତ୍ର ଯୋଗଦେଇ ଥିଲେ । ଉକ୍ତ କାର୍ଯ୍ୟକ୍ରମକୁ ସିଆରସିସି ରୀତା ରଥ,ପ୍ରଧାନ ଶିକ୍ଷୟତ୍ରୀ ରାଜେଶ୍ୱରୀ ରେଡ୍ଡୀ ,ସମ୍ବଳ ଶିକ୍ଷକ ଅଶ୍ୱିନୀ ପାଇକରାୟ ଓ ଦିପାଜଂଳି ମହାନ୍ତି ପ୍ରମୁଖ ପରିଚାଳନା କରିଥିଲେ । ଏହି ଶିବିରରେ ୭୫ ଜଣ ଦିବ୍ୟାଙ୍ଗ ଛାତ୍ର ଛାତ୍ରୀ ଏବଂ ସେମାନଙ୍କ ଅଭିବାବକ ମାନେ ଯୋଗ ଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ