ଉଦଯାପନ ହେଲା ଜିଲ୍ଲା ସ୍ତରୀୟ ଯୁବ ନେତୃତ୍ୱ ଶିବିର
ଆରଡି, (ଆଲୋକ ଚନ୍ଦ୍ର ନାୟକ):ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ ଶାରଦା ଦେବୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କୋଠାର ଠାରେ, ତିନିଦିନ ବ୍ୟାପି ଅନୁଷ୍ଠିତ ହେଉଥିବା ଯୁବ ନେତୃତ୍ୱ ଶିବିରର ଆଜି ଉଦଯାପନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ଏହି ଅବସର ରେ ମହାବିଦ୍ୟାଳୟ ପରିସରରେ ମହାବିଦ୍ୟାଳୟ ର ଅଧ୍ୟକ୍ଷା ପୁଷ୍ପାଞ୍ଜଳି ରାଉତ ଙ୍କ ସଭାପତିତ୍ବ ରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ଏହି ଜିଲ୍ଲା ସ୍ତରୀୟ ଯୁବ ନେତୃତ୍ୱ ଶିବିର ର ଉଦଯାପନୀ ଉତ୍ସବ ରେ ମୁଖ୍ୟ ଅତିଥିଭାବେ ଉଚ୍ଚ ଶିକ୍ଷା, କ୍ରୀଡା ଓ ଯୁବ ବ୍ୟାପାର, ସଂସ୍କୃତି ଓ ଓଡ଼ିଆ ଅସ୍ମିତା ବିଭାଗ ର ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ ଯୋଗଦେଇଥିଲେ। ମୁଖ୍ୟ ବକ୍ତା ଭାବେ ଯୋଗଦାନ କରିଥିଲେ ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ର ଅଧିକାରୀ ଡ଼. ବିଶ୍ଵମୋହନ ଜେନା ଏବଂ ଭଦ୍ରକ ଜିଲ୍ଲା ସେବା ଯୋଜନା ଅଧିକାରୀ କମଳା କାନ୍ତ ଓଝା। ଅନ୍ୟତମ ସମ୍ମାନିତ ଅତିଥିଭାବେ ଶାରଦା ଦେବୀ ଡିଗ୍ରୀ ମହାବିଦ୍ୟାଳୟ ର ଅଧ୍ୟକ୍ଷ ସତ୍ୟବ୍ରତ ଭାରତୀ ଏବଂ ଜାତୀୟ ସେବା ଯୋଜନା ର କାର୍ଯ୍ୟକ୍ରମ ଅଧିକାରୀ ଅଧ୍ୟାପକ ପ୍ରଭାତ କୁମାର ଧଳ ଯୋଗଦାନ କରିଥିଲେ। କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ ଅଧ୍ୟାପକ ଶ୍ରୀଧର କୁମାର ସାହୁ। ଅଧ୍ୟାପକ ରବୀନ୍ଦ୍ର କୁମାର ପାଣିଗ୍ରାହୀ ଧନ୍ୟବାଦ ଅର୍ପଣ କରିଥିଲେ