ଶହୀଦ ଦିବସ ଉପଲକ୍ଷେ ଦୁଇ ମିନିଟ ନୀରବ ପ୍ରାର୍ଥନା ଅନୁଷ୍ଠିତ

ବାଲେଶ୍ୱର, (ସରୋଜ ପଣ୍ଡା):ଆଜି ସମଗ୍ର ଦେଶରେ ପାଳିତ ହେଉଥିବା ଶହୀଦ ଦିବସ ଉପଲକ୍ଷେ ବାଲେଶ୍ୱର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଦୁଇ ମିନିଟ ନୀରବ ପ୍ରାର୍ଥନା ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟର ଅଧିକାରୀ ଏବଂ କର୍ମଚାରୀମାନେ ନତମସ୍ତକ ହୋଇ ଦେଶର ମୁକ୍ତି ଆନ୍ଦୋଳନରେ ଝାସ ଦେଇ ନିଜ ଜୀବନକୁ ଉତ୍ସର୍ଗ କରିଦେଇଥିବା ସମସ୍ତ ଦିବଂଗତ ସଂଗ୍ରାମୀ ମାନଙ୍କୁ ସଶ୍ରଦ୍ଧ ସମ୍ମାନ ପ୍ରଦର୍ଶନ କରିଥିଲେ । ବାଲେଶ୍ୱର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ନୀରବ ପ୍ରାର୍ଥନା ସଭାରେ ଜିଲ୍ଲାପାଳ ଶ୍ରୀ ସୂର୍ଯ୍ୟବଂଶୀ ମୟୂର ବିକାଶ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଧାକର ନାୟକ, ଉପଜିଲ୍ଲାପାଳ ଶ୍ରୀ ପ୍ରଥମେଶ ଅରବିନ୍ଦ ରାଜେସିର୍କେଙ୍କ ସମେତ ସମସ୍ତ ବିଭାଗର କର୍ମଚାରୀ ବୃନ୍ଦ ଉପସ୍ଥିତ ରହିଥିଲେ । ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଐଶ୍ଵର୍ଯ୍ୟା ସାମନ୍ତ ପରିଚାଳନା କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ