ବିଦ୍ୟାଦାତ୍ରୀ ମା ସରସ୍ୱତୀଙ୍କ ଧରାବତରଣ

ହିଞ୍ଜିଳିକାଟୁ,(ଶେଷଦେବ ସାହୁ) : ମାଘ ମାସ ଶୁକ୍ଳ ପକ୍ଷ ବସନ୍ତ ପଞ୍ଚମୀ ତିଥିରେ ବିଦ୍ୟାଦାତ୍ରୀ ମା ସରସ୍ୱତୀ ଧରାବତରଣ କରି ସମସ୍ତ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ପୂଜିତ ହୋଇଛନ୍ତି । ରବିବାର ହିଞ୍ଜିଳିକାଟୁ ପୌରାଞ୍ଚଳ ସମେତ ନିକଟବର୍ତ୍ତୀ ଗ୍ରାମାଞ୍ଚଳ ଗୁଡ଼ିକର ବିଭିନ୍ନ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ଆଧ୍ୟାତ୍ମିକ ପରିବେଷ ମଧ୍ୟରେ ଉତ୍ସାହ ଓ ଉଦ୍ଧିପନାର ସହ ବିଦ୍ୟାଦାତ୍ରୀ ମା ସରସ୍ୱତୀଙ୍କୁ ପୂଜାର୍ଚ୍ଚନା କରାଯାଇଛି । ଶିକ୍ଷାର୍ଥୀ ମାନେ ନୂତନ ବସ୍ତ୍ର ପରିଧାନ କରି ବିଦ୍ୟାଦାତ୍ରୀ ମା ସରସ୍ୱତୀଙ୍କୁ ପୂଜାର୍ଚ୍ଚନା କରିଥିଲେ । ବହୁ ଶିକ୍ଷାନୁଷ୍ଠାନରେ କୋମଳମତି ଶିଶୁ ମାନଙ୍କୁ ସେମାନଙ୍କ ଅଭିଭାବକ ମାନେ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ଖଡ଼ିଛୁଆଁ ସହ ଶିକ୍ଷା ଅଧ୍ୟୟନ କାର୍ଯ୍ୟ ଆରମ୍ଭ କରିଥିଲେ । ହିଞ୍ଜିଳିକାଟୁ ପୌରାଞ୍ଚଳର ସ୍ୱଂୟଶାସିତ ବିଜ୍ଞାନ ମହାବିଦ୍ୟାଳୟ, ସରକାରୀ ଏନଏସି ଉଚ୍ଚ ବିଦ୍ୟାଳୟ, ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟ, ଲକ୍ଷ୍ମୀ ନୃସିଂହ ପ୍ରାଥମିକ ବିଦ୍ୟାଳୟ, ଆଙ୍କୋରଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, କେନ୍ଦ୍ରୀୟ ବିଦ୍ୟାଳୟ, ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର, ଓଁ ଶ୍ରୀ ଇଣ୍ଟର ନ୍ୟାସନାଲ ସ୍କୁଲ, , ସ୍ୱାମୀ ଚିଦାନନ୍ଦ ସରସ୍ୱତୀ ଶିଶୁ ମନ୍ଦିର, ନୂଆଁଗଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ବଡ଼ଖଣ୍ଡି ସତ୍ୟଭାମା ବିଦ୍ୟାପିଠ, ପୋଡ଼ିଙ୍ଗି ଶ୍ୟାମଳାଇ ବିଦ୍ୟାପିଠ, ବୁରୁପଡ଼ା ଭଗବତି ବିଦ୍ୟାପିଠ, ଶାସନ ଆମ୍ବଗାଁ ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ଦୁର୍ବନ୍ଧ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ, ପୋଚିଲିମା ଖାମ୍ବେୟା ଦୋରା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ପୋଚିଲିମା ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ, ବୃନ୍ଦାବନ ନାୟକ ଇଁରାଜୀ ମାଧ୍ୟମ ବିଦ୍ୟାଳୟ, ବେଲଗାଁ ବେଲେଶ୍ୱର ଉଚ୍ଚ ବିଦ୍ୟାଳୟ, ଗଣ୍ଡଳା ଗଣେଶ ବିଦ୍ୟାପିଠ, ଦୁର୍ବନ୍ଧ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ, କଞ୍ଚୁରୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସମେତ ନିକଟବର୍ତ୍ତୀ ଅଞ୍ଚଳର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ମହାଆଡମ୍ବର ସହକାରେ ବିଦ୍ୟାଦାତ୍ରୀ ମା ସରସ୍ୱତୀଙ୍କୁ ପୂଜାର୍ଚ୍ଚନା କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ