ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ୧୨ରେ ବସିବ ବିଜେଡି ବିଧାୟକ ଦଳ ବୈଠକ

ଭୁବେନଶ୍ବର, (ସମୀର ରଞ୍ଜନ ନାୟକ):୧୨ରେ ବସିବ ବିଜେଡି ବିଧାୟକ ଦଳ ବୈଠକ। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶଙ୍ଖ ଭବନରେ ଏହି ବୈଠକ ଅନୁଷ୍ଠିତ ହେବ।ସୂଚନାଯୋଗ୍ୟ ଫେବୃଆରୀ ୧୩ରୁ ଆରମ୍ଭ ହେବ ବିଧାନସଭାର ବଜେଟ୍‌ ଅଧିବେଶନ। ଫେବୃଆରୀ ୧୩ରୁ ଆରମ୍ଭ ହୋଇ ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ବଜେଟ୍‌ ଅଧିବେଶନ ଚାଲିବ। ଫେବୃଆରୀ ୧୩ରୁ ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ ବଜେଟ୍‌ ଅଧିବେଶନ। ଫେବୃଆରୀ ୧୭ରେ ଆସିବ ରାଜ୍ୟ ବଜେଟ। ୨୦୨୫-୨୦୨୬ ବର୍ଷ ପାଇଁ ବଜେଟ ଆଗତ କରିବେ ମୁଖ୍ୟମନ୍ତ୍ରୀ। ଏହାପରେ ଫେବୃଆରୀ ୨୨ରୁ ମାର୍ଚ୍ଚ ୬ ପର୍ଯ୍ୟନ୍ତ ବନ୍ଦ ରହିବ ଅଧିବେଶନ। ପୁଣି ମାର୍ଚ୍ଚ ୭ରୁ ଏପ୍ରିଲ ୫ଯାଏ ଚାଲିବ ଦ୍ୱିତୀୟ ପର୍ଯ୍ୟାୟ ବଜେଟ୍‌ ଅଧିବେଶନ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ