ଛତ୍ରପୁର ରେ ୧୮୬ଟି ଅଭିଯୋଗ ର ଶୁଣାଣି କଲେ ଗଞ୍ଜାମ ଜିଲ୍ଲାପାଳ

ଛତ୍ରପୁର, (ଯୁଗାବ୍ଦ ନ୍ୟୁଜ):ସ୍ଥାନୀୟ ଜଉଗଡ ସମ୍ମିଳନୀ କକ୍ଷ ଠାରେ ଗଞ୍ଜାମ ଜିଲ୍ଲାପାଳ ଓ ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଛତ୍ରପୁର ଉପଖଣ୍ଡ ସମେତ ଜିଲ୍ଲାର ବିଭିନ୍ନ ଅଂଚଳର ଜନ ସାଧାରଣ ମାନେ ଏହି ଶୁଣାଣୀରେ ଯୋଗ ଦେଇ ସେମାନଙ୍କ ଅଭିଯୋଗ ଗୁଡିକ ଜିଲ୍ଲାପାଳଙ୍କ ସହିତ ଅନ୍ୟାନ୍ୟ ଅଧିକାରୀ ମାନଙ୍କୁ ଭେଟି ଅବଗତ କରାଇଛନ୍ତି । ମୁଖ୍ୟତଃ କ୍ଷତିଗ୍ରସ୍ତ ହୋଇଥିବା ଚାଷୀ, ଧାନ କ୍ରୟ ସମ୍ବନ୍ଧ, ବାର୍ଦ୍ଧକ୍ୟ, ଦିବ୍ୟାଙ୍ଗ ଭତ୍ତା, ପାନୀୟ ଜଳ ସମସ୍ୟା, ଆବାସ ଗୃହ ଯୋଗାଇବା, ରାସନ କାର୍ଡ ଭଳି ବିଭିନ୍ନ ଅଭିଯୋଗ ଗୁଡିକ ଦେଖିବାକୁ ମିଳିଛି । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ଉପସ୍ଥିତ ରହି ଆଜି ୧୮୬ ଟି ଅଭିଯୋଗର ଶୁଣାଣୀ କରିଥିଲେ । ସେଥି ମଧ୍ୟରୁ ୧୭୧ ଟି ବ୍ୟକ୍ତିଗତ ହୋଇଥିବା ବେଳେ ୧୫ଟି ସାମୁହିକ ଅଭିଯୋଗ ରହିଛି । କେତେକ ଅଭିଯୋଗ ଗୁଡିକର ଆଶୁ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ଅଭିଯୋଗ ଗୁଡିକର ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଛନ୍ତି, ଏହା ସହିତ ୪ଜଣ ଙ୍କୁ ରେଡକ୍ରସ ପାଣ୍ଠି ରୁ୨୩ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଛି, ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ମଧୁମିତା,ଗଞ୍ଜାମ ଏସପି ଶୁଭେନ୍ଦୁ କୁମାର ପାତ୍ର, ଗଞ୍ଜାମ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ଡ଼ଃ ପ୍ରମୋଦ କୁମାର ପୃଷ୍ଟି , ଛତ୍ରପୁର ଉପଜିଲ୍ଲାପାଳ ଶିବାଶିଷ ବରାଳ,ଏସଡିପିଓ ଗୌର ହରି ସାହୁଙ୍କ ସମେତ ବହୁ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ