ପଞ୍ଚଭୂତରେ ଲୀନ ହେଲେ ଉତ୍ତମ ମହାନ୍ତି

ଭୁବନେଶ୍ୱର, (ସମୀର ରଞ୍ଜନ ନାୟକ):ଭୁବନେଶ୍ବର: ଆଉ ନାହାନ୍ତି ସେ ସହରୀ ବାଘ । ପ୍ରିୟଜନ ଏବଂ ପ୍ରଶଂସକଙ୍କୁ ବିଦାୟ ଦେଇ ଆଜି ଚିରନିଦ୍ରାରେ ସୋଇଯାଇଛନ୍ତି ୯୦ ଦଶକର ସରପଞ୍ଚ ବାବୁ ତଥା ଓଲିଉଡ ଦୁନିଆର ପ୍ରଥମ ସୁପରଷ୍ଟାର ଉତ୍ତମ ମହାନ୍ତି । ତାଙ୍କ ପାର୍ଥିବ ଶରୀରକୁ ଜଗନ୍ନାଥ ବିହାର ସ୍ଥିତ ବାସଭବନରେ ଅନ୍ତିମ ବିଦାୟ ଦେଉଚନ୍ତି, ପ୍ରିୟଜନ ଏବଂ ପରିବାରବର୍ଗ ।ଉତ୍ତମ ମହାନ୍ତିଙ୍କୁ ଗାର୍ଡ ଅଫ୍ ଅନର୍ । ସତ୍ୟନଗର ଶ୍ମଶାନରେ ଦିଆଗଲା ଗାର୍ଡ ଅଫ୍ ଅନର୍। ସବୁଠି ଦୁଃଖର ଛାୟା ।ଦୀର୍ଘ ୪ ଦଶନ୍ଧିରୁ ଅଧିକ ସମୟ ଧରି ଓଡ଼ିଆ ଚଳଚ୍ଚିତ୍ରରେ ଅଭିନୟ କରି ଦର୍ଶକଙ୍କର ମନ ଜିଣିଥିବା ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ଆଉ ନାହାନ୍ତି। ଦିଲ୍ଲୀର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ରାତିରେ ତାଙ୍କର ପରଲୋକ ଘଟିଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା। ଆଜି ତାଙ୍କର ମରଶରୀର ଦିଲ୍ଲୀରୁ ଆସି ଭୁବନେଶ୍ୱରରେ ପହଂଚିଥିଲା | ଏହାପରେ ମରଶରୀର ତାଙ୍କ ଜଗନ୍ନାଥ ବିହାର ସ୍ଥିତ ବାସଭବନକୁ ଅଣାଯାଇଛି | ସେଠାରେ ଅନ୍ତିମ ଦର୍ଶନ ପାଇଁ ମରଶରୀରକୁ ରଖାଯାଇଥିବାବେଳେ ପ୍ରବଳ ସଂଖ୍ୟାରେ ଶୁଭେଛୁ, ସିନେପ୍ରେମୀ ପହଂଚିଛନ୍ତି

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ