ଜୟା ହୋଟେଲ ପରିସରରେ ୧୬୩ ଲାଗୁ, କଟକଣା ଜାରି କଲା ଜିଲ୍ଲା ପ୍ରଶାସନ

ଭୁବନେଶ୍ୱର, (ସମୀର ରଞ୍ଜନ ନାୟକ):ମଟନ୍ ନାଁରେ ଗୋମାଂସ କାରବାର ଅଭିଯୋଗ ଘଟଣା । ପୁରୀ ସାକ୍ଷୀଗୋପାଳର ବିବାଦୀୟ ଜୟା ଢ଼ାବା ନିକଟରେ ୧୬୩ ଧାରା ଜାରି କରିଛି ପ୍ରଶାସନ । ସାକ୍ଷୀଗୋପାଳ କଲେଜ ଛକଠାରୁ ୧ କିଲୋମିଟର ପରିଧି ପର୍ଯ୍ୟନ୍ତ ପ୍ରଶାସନ ୧୬୩ ଧାରା ଜାରି କରିଛି ।ତେବେ ସାକ୍ଷୀଗୋପାଳ କଲେଜ ଛକଠାରୁ ୧ କିଲୋମିଟର ପରିଧି ପର୍ଯ୍ୟନ୍ତ ପ୍ରଶାସନ ୧୬୩ ଧାରା ଜାରି କରିଛି ।୪ ଜଣରୁ ଅଧିକ ଲୋକେ ଏହି ଅଞ୍ଚଳରେ ଏକାଠି ହୋଇପାରିବେ ନାହିଁ। ସମ୍ପୂର୍ଣ୍ଣ ଅଞ୍ଚଳକୁ ପୋଲିସ ଘେରାବନ୍ଦୀ କରି ରଖିଛି। ହିନ୍ଦୁ ସେନା ଜୟା ଢ଼ାବା ସାମ୍ନାରେ ବିକ୍ଷୋଭ କରିବାକୁ ପୂର୍ବରୁ ଚେତାବନୀ ଦେଇଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ