ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ

ଦିଗପହଣ୍ଡି,(ଅଳକ ନାଥ ମିଶ୍ର) : ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ  ଅନୁଷ୍ଠିତ ହୋଇଯାଇଛି । ଭାରପ୍ରାପ୍ତ ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ତଥା ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ବାଳା ମାଝୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉତ୍ସବରେ ସହଗୋଷ୍ଠୀ ଶିକ୍ଷାଧିକାରୀ ବିଶ୍ରବା ପାଇକ ମୁଖ୍ୟ ଅତିଥି , ମୁଖ୍ୟ ବକ୍ତା ରସାନନ୍ଦ ଘଡେଇ , ସମ୍ମାନିତ ଅତିଥି ରୂପେ ଖେମୁଣ୍ଡି ଓକିଲ ସଂଘ ସଭାପତି ହରପ୍ରସାଦ ରଥ ,  ସିଆରସିସି ଅନୀଲ କୁମାର ଦାସ , ଖବରଦାତା କିରଣ କୁମାର ବେହେରା ଯୋଗ ଦେଇଥିଲେ । ପ୍ରଧାନ ଶିକ୍ଷୟିତ୍ରୀ ଗିତାଞ୍ଜଳୀ ଜାନୀ କାର୍ଯ୍ୟକ୍ରମରେ ସଂଯୋଜନା କରିଥିବା ବେଳେ ସହକାରୀ ଶିକ୍ଷକ ଉପେନ୍ଦ୍ର କୁମାର ପଣ୍ଡା ସଭାକାର୍ଯ୍ୟ ପରିଚାଳନା କରିଥିଲେ । ଏହି ଅବସରରେ ବିଦ୍ୟାଳୟ ଛାତ୍ରୀ ଛାତ୍ର ଙ୍କ ଦ୍ବାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା । ପରିଶେଷରେ କୃତି ପ୍ରତିଯୋଗୀଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ଶିକ୍ଷୟିତ୍ରୀ ମୌସୁମୀ ରାଣୀ ସ୍ବାଇଁ ଙ୍କ ସମେତ ପରିଚାଳନା କମିଟି ସଦସ୍ୟା ସଦସ୍ୟ ବୃନ୍ଦ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ  କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ