ଟ୍ୟାଙ୍କର ଧକ୍କାରେ ସାଇକେଲ ଆରୋହୀଙ୍କ ଶୋଚନୀୟ ମୃତ୍ୟୁ

ହାଟଡିହି, (ବିକାଶ ବିଶ୍ୱାଳ):ପେଟ୍ରୋଲ ଟ୍ୟାଙ୍କର ଧକ୍କାରେ ସାଇକେଲ ଆରୋହୀଙ୍କର ଶୋଚନୀୟ ମୃତ୍ୟୁ ଘଟିଛି I ଆନନ୍ଦପୁର – ଭଦ୍ରକ ରାସ୍ତାର ଶ୍ରୀବନ୍ତପୁର ନିକଟରେ ଘଟିଛି ଏହି ଦୁର୍ଘଟଣା। ନିକଟସ୍ଥ ଚାଇଁପୁର ଗାଁର ଶରତ ଯେନା (୫୮) ବ୍ୟବସାୟୀ ନିମନ୍ତେ ନିଜର ସାଇକେଲ ଯୋଗେ ବନ୍ତ ହାଟକୁ ଯାଉଥିବା ସମୟରେ ଆନନ୍ଦପୁର ପଟୁ ଭଦ୍ରକ ଆଡ଼କୁ ଯାଉଥିବା ହିନ୍ଦୁସ୍ଥାନ ପେଟ୍ରୋଲ ଟ୍ୟାଙ୍କରଟି ଶ୍ରୀବନ୍ତପୁର ତାରିଣୀ ମନ୍ଦିର ନିକଟରେ ତାଙ୍କୁ ପଛ ପଟୁ ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା l ଏହାକୁ ନେଇ ଉତ୍ତେଜନା ଦେଖାଦେବା ସହ ଉତ୍ତ୍ୟକ୍ତ ଲୋକମାନେ ଟ୍ରକ୍ ଟିକୁ ଅଟକ ରଖିବା ସହ କ୍ଷତିପୂରଣ ଦାବିରେ ରାଜପଥକୁ ଅବରୋଧ କରିଥିଲେ । ଖବର ପାଇ ଘଟଣା ସ୍ଥଳରେ ବନ୍ତ ପୋଲିସ୍ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲେ ବି ଲୋକମାନେ ନିଜ ଜିଦ୍ ରେ ଅଟଳ ରହିଥିଲେ। ଫଳରେ ରାଜପଥର ଉଭୟ ପାର୍ଶ୍ଵରେ ଶହ ଶହ ଗାଡ଼ି ଅଟକି ରହିଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ