ଦେଶୀ ଓ ବିଦେଶୀ ମଦ ସହିତ ସ୍କୁଟି ଜବତ, ୦୨ ଗିରଫ
ରାଇରଙ୍ଗପୁର, (ଅକ୍ଷୟ ବିଶ୍ବାଳ):ଅବକାରୀ ଅଧିକ୍ଷକ ଶ୍ରୀ ପ୍ରଶାନ୍ତ କୁମାର କହଁରଙ୍କ ନିର୍ଦ୍ଦେଶକ୍ରମେ ଓ ରାଇରଙ୍ଗପୁର ଅବକାରୀ ଉପ-ଅଧିକ୍ଷକ ଶ୍ରୀ ସୌମ୍ୟରଞ୍ଜନ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ରାଇରଙ୍ଗପୁର ଉପଖଣ୍ଡ ଅବକାରୀ ରେଞ୍ଜ ପକ୍ଷରୁ ରାଇରଙ୍ଗପୁର ଅବକାରୀ ନିରୀକ୍ଷକ ଶ୍ରୀ ବିନୟ ପ୍ରକାଶ ତୀର୍କୀ ଓ ରାଇରଙ୍ଗପୁର ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ ଓ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ରାଇରଙ୍ଗପୁର ସହରାଞ୍ଚଳ ଥାନା ଅନ୍ତର୍ଗତ ଗଢ଼, ପୁରୁଣାଘାଟି ଓ ନୂଆଗାଁ ଗ୍ରାମ ଅଞ୍ଚଳରେ ଚଢ଼ାଉ କରାଯାଇ ୪୯ ଲିଟର ଦେଶୀ ରନ୍ଧା ମଦ , ୩.୦୬୦ ଲିଟର ବିଦେଶୀ ମଦ ଏବଂ ଗୋଟିଏ ସ୍କୁଟି ଓଡି-୧୧ଟି-୩୨୯୨ଜବତ କରାଯିବା ସହିତ ୦୨ ଜଣଙ୍କୁ ଗିରଫ କରାଯାଇଛି l ଗିରଫ ଆସାମୀମାନେ ହେଲେ ପୁରୁଣାଘାଟି ଗ୍ରାମର ମଳୟ ବସନ୍ତ ଦାସ ଓ ନୂଆଗାଁ ଗ୍ରାମର ସୁଦର୍ଶନ ମହନ୍ତ l ଜବତ ହୋଇଥିବା ମଦ ଓ ସ୍କୁଟିର ଆନୁମାନିକ ମୂଲ୍ୟ ୭୦ ହଜାର ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି l ଉକ୍ତ ଚଢ଼ାଉରେ କନେଷ୍ଟବଳ ଦିଲ୍ଲୀପ ଜେନା, ବିପ୍ଳବ କୁମାର ମଲ୍ଲିକ, ଅରୁଣ କୁମାର ମୁଦୁଲି, ରାଜେନ୍ଦ୍ର ସେନାପତି, ଫୁଲମଣୀ ହାଁସଦା ପ୍ରଭୃତି ସାମିଲ ଥିଲେ । ଏନେଇ ରାଇରଙ୍ଗପୁର ଅବକାରୀ ଥାନା ପକ୍ଷରୁ ୦୨ ଗୋଟି ମାମଲା ରୁଜ୍ଜୁ କରାଯାଇଛି l