ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ବାଲେଶ୍ଵର(ସରୋଜ ପଣ୍ଡା): ସ୍ଥାନୀୟ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ମୟୂର ବିକାଶ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ରାଜ ପ୍ରସାଦଙ୍କ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମରେ ରେମୁଣା ବ୍ଲକ ଅଧିନସ୍ଥ ସମସ୍ତ ଗ୍ରାମ ପଞ୍ଚାୟତରୁ ଆସିଥିବା ୬୩ ଜଣ ଅଭିଯୋଗକାରୀ ନିଜ ନିଜ ନାମ ପଞ୍ଜିକରଣ କରି ଅଭିଯୋଗ ଫର୍ଦ୍ଦ ଉପସ୍ଥାପନ କରି ଥିଲେ। ସେଗୁଡିକ ମଧ୍ୟରୁ ୬୦ ଗୋଟି ବ୍ୟକ୍ତିଗତ, ୧ ଗୋଟି ସାମୁହିକ ଓ ୨ ଗୋଟି ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠି ନିମନ୍ତେ ଦରଖାସ୍ତ ପ୍ରଦାନ କରିଥିଲେ। ତନ୍ମଧ୍ୟରୁ ୧୧ ଗୋଟି ଦରଖାସ୍ତର ଆଶୁ ସମାଧାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀଯୁକ୍ତ ହେମନ୍ତ ସିଂ, ଅତିରିକ୍ତ ନିର୍ବାହୀ ଅଧିକାରୀ (ଜିଲ୍ଲା ପରିଷଦ) ଡ଼. ମଧୁସ୍ମିତା ସାମନ୍ତରାୟ, ମୁଖ୍ୟ ଜିଲ୍ଲା ଚିକିତ୍ସାଧିକାରୀ ଡ଼. ପ୍ରଭାତ କୁମାର ବେହେରା, ଉପ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଶୁଭ୍ରାଂଶୁ ଶେଖର ନାୟକଙ୍କ ସମେତ ଜିଲ୍ଲାର ବିଭିନ୍ନ ବିଭାଗୀୟ ପଦାଧିକାରୀ ଉପସ୍ଥିତ ଥିଲେ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ