ବଟଲିଂ ପ୍ଲାଣ୍ଟ ଲୋକାର୍ପିତ କଲେ ରାଜ୍ୟପାଳ

ଭୁବନେଶ୍ୱର : ଉପରାଷ୍ଟ୍ରପତିଙ୍କ ବଲାଙ୍ଗିର ଗସ୍ତ ବାତିଲ ହେବା ପରେ ବଲାଙ୍ଗୀରରେ ବିପିସିଏଲ ଏଲପିଜି ବଟଲିଂ ପ୍ଲାଣ୍ଟ୍‌ ଲୋକାର୍ପଣ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ। ଟେଲି କନ୍‌ଫରେନସିଂ ଜରିଆରେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଉଦ୍‌ବୋଧନ ଦେଇଛନ୍ତି।
ଏହି ଅବସରରେ ରାଜ୍ୟପାଳ ଗଣେଶୀ ଲାଲ କହିଛନ୍ତି ଯେ, ବଟଲିଂ ପ୍ଲାଣ୍ଟ ଲୋକାର୍ପଣ କରି ମୁଁ ବହୁତ ଖୁସି। ଲୋକାର୍ପଣ ଉତ୍ସବରେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ମୁଖ୍ୟ ଅତିଥି ଭାବେ ଯୋଗ ଦେବା କାର୍ଯ୍ୟକ୍ରମ ରହିଥିଲା । ଖରାପ ପାଗ ଯୋଗୁଁ ତାଙ୍କ ଗସ୍ତ ବାତିଲ ହୋଇଛି। ତେବେ ରାଜ୍ୟପାଳ ଗଣେଶୀ ଲାଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଥୱର ଚାନ୍ଦ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ୧୯ ମାସରେ ୧୦୩ କୋଟି ଟଙ୍କା ବ୍ୟୟରେ ଏହି ବଟଲିଂ ପ୍ଲାଣ୍ଟ ନିର୍ମିତ ହୋଇଛି। ବଟଲିଂ ପ୍ଲାଣ୍ଟରେ ବାର୍ଷିକ ୪୨ ଲକ୍ଷ ସିଲିଣ୍ଡର ଉତ୍ପାଦନ କରିବା କ୍ଷମତା ରହିଛି। ଏହି ପ୍ଲାଣ୍ଟ ଦ୍ଵାରା ପଶ୍ଚିମ ଓଡିଶାର ୧୪ଟି ଜିଲ୍ଲା ଉପକୃତ ହେବେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ