ପିପୁଲସ କଲେଜ ଯୁବ ରେଡକ୍ରସ ପକ୍ଷରୁ ବନମହୋତ୍ସବ

ବୁଗୁଡା,(ଅନୀଲ କୁମାର ମହାରଣା) : ଗଞ୍ଜାମ ଜିଲ୍ଲାର ବୁଗୁଡା ପିପୁଲସ କଲେଜର ଯୁବ ରେଡ଼ କ୍ରସ ପକ୍ଷରୁ ଜୁଲାଇ ୩ ତାରିଖ ଦିନ ୭୬ ତମ ବନ ମହୋତ୍ସବ ସପ୍ତାହ ପାଳନ ହୋଇଯାଇଛି। ବନ ମହୋତ୍ସବ ଉପଲକ୍ଷେ ଯୁବ ରେଡ କ୍ରସ ର ଉପଦେଷ୍ଟା ଅଧ୍ୟାପକ ପବିତ୍ର ଖଣ୍ଡୁଆଳଙ୍କ ଅଧ୍ୟକ୍ଷତାରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କଲେଜର ପ୍ରିନ୍ସପାଲ ଡକ୍ଟର ପୁରୁଷୋତ୍ତମ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ଅଧ୍ୟାପକ ହରିକୃଷ୍ଣ ନାୟକ, ଅଧ୍ୟାପକ ଅକ୍ଷୟ କୁମାର ସାହୁ, ଅଧ୍ୟାପକ ଡକ୍ଟର ଜୟରାମ ବିଷୋୟୀ ଓ ବୁଗୁଡା ବନପାଳ କ୍ଷୀରୋଦ ଗୌଡ଼ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଅତିଥି ବୃନ୍ଦ ଯୁବ ରେଡକ୍ରସ ସ୍ୱେଚ୍ଛାସେବୀ ଛାତ୍ରଛାତ୍ରୀମାନଙ୍କୁ ବୃକ୍ଷ ରୋପଣ କରିବା ପାଇଁ ଉତ୍ସାହିତ କରିବା ସହ ବୃକ୍ଷର ଆବଶ୍ୟକତା ଓ ଉପାଦେୟତା ବିଷୟରେ ଆଲୋକପାତ କରିଥିଲେ। ଏହାପରେ କଲେଜ ପରିସରରେ ପ୍ରିନ୍ସପାଲ ଡକ୍ଟର ମିଶ୍ର ଏବଂ ଅଧ୍ୟାପକ ଶ୍ରୀ ନାୟକ, ଶ୍ରୀ ସାହୁ, ଡକ୍ଟର ବିଷୋୟୀ ବୃକ୍ଷ ରୋପଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଏହା ପରେ ଯୁବ ରେଡକ୍ରସ ସ୍ୱେଚ୍ଛାସେବୀ ବୃନ୍ଦ ବୃକ୍ଷ ରୋପଣ କରିଥିଲେ। ଏହି ଅବସରରେ ସ୍ୱେଚ୍ଛାସେବୀଙ୍କ ମଧ୍ୟରେ ପରିବେଶ ସୁରକ୍ଷା ବିଷୟରେ ଚିତ୍ର ପ୍ରଦର୍ଶନୀ ଅନୁଷ୍ଠିତ ହୋଇଥିଲା। ବିଜେତା ପ୍ରତିଯୋଗିଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ଯୁବ ରେଡ଼ କ୍ରସ ଉପଦେଷ୍ଟା ଅଧ୍ୟାପକ ଶ୍ରୀ ଖଣ୍ଡୁଆଳ, ଅଧ୍ୟାପିକା କ୍ରିଷ୍ଣା କୁମାରୀ ବାର୍ଗେ ଓ ବନପାଳ ଶ୍ରୀ ଗୌଡ଼ ସ୍ୱେଚ୍ଛାସେବୀମାନଙ୍କୁ ସହଯୋଗ କରିଥିଲେ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ