ଯୁଗ୍ମ ଅଭିଯୋଗ ଶୁଣାଣି

କେନ୍ଦୁଝର (ପୂର୍ଣ୍ଣଚନ୍ଦ୍ର ମହାନ୍ତ): ସୋମବାର ଦିନ ଜିଲ୍ଲାପାଳ ଶ୍ରୀ ବିଶାଲ ସିଂହଙ୍କ ନେତୃତ୍ୱରେ କେନ୍ଦୁଝର ଜିଲ୍ଲା ସଦର ମହକୁମାସ୍ଥ ଦରବାର ହଲ୍‌ଠାରେ ଜନସାଧାରଣଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୋଟ୍ ୧୦୩ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସମୁଦାୟ ଅଭିଯୋଗ ମଧ୍ୟରୁ ୧୩ଟି ଅଭିଯୋଗ ଗୋଷ୍ଠୀ ସମସ୍ୟା/ଗ୍ରାମ୍ୟ ସମସ୍ୟାମୂଳକ ହୋଇଥିବାବେଳେ ୯୦ଟି ଅଭିଯୋଗ ବ୍ୟକ୍ତିଗତ ସମସ୍ୟା ଉପରେ ପର୍ଯ୍ୟବେସିତ ଥିଲା ।ସେଥିମଧ୍ୟରୁ  ୧୮ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ଜିଲ୍ଲା ରେଡ଼କ୍ରସ ପାଣ୍ଠିରୁ ସହାୟତା ପାଇଁ ଗୋଟିଏ ଆବେଦନପତ୍ର ଗ୍ରହଣ କରାଯାଇଥିଲା। ଏହି ଶୁଣାଣିରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ନୀତିନ କୁଶଳକର, ବନଖଣ୍ଡ ଅଧିକାରୀ ଧନରାଜ ଏଚଡ଼ି, ଅତିରିକ୍ତ ଜିଲ୍ଲାପାଳ, ମନ୍ଦରଧର ମହାଳିକ, ଜିଲ୍ଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ କୁମାର ନାଗଭୁଷଣ, କେନ୍ଦୁଝର ଉପଜିଲ୍ଲାପାଳ ଶ୍ରୀ ଉମାଶଙ୍କର ଦଳାଇ, ଜିଲ୍ଲା ମୁଖ୍ୟ ଚିକିତ୍ସା ଏବଂ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡାଃ ବିନୋଦ ବିହାରୀ ମିଶ୍ର, ଏବଂ ସହକାରୀ ଜିଲ୍ଲାପାଳ ସରୋଜ କୁମାର ମଲ୍ଲିକଙ୍କ ସମେତ ଜିଲ୍ଲାସ୍ତରର ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଏଥିରେ ଯୋଗଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ