ନିରଞ୍ଜନ ସରକାରୀ ମହିଳା ମହାବିଦ୍ୟାଳୟରେ ଚାରାରୋପଣ କାର୍ଯ୍ୟକ୍ରମ

ଆସିକା  (ୱାଇଏନ୍‍ଏସ୍‍) : ବନ ମହୋତ୍ସବ ୨୦୨୫ ପାଳନ ଅବସରରେ ପରିବେଶର ସୁରକ୍ଷା ଲାଗି ଆସିକା ନିରଞ୍ଜନ ସରକାରୀ ମହିଳା ମହାବିଦ୍ୟାଳୟର ଯୁବ ରେଡକ୍ରସ୍‍, ଜାତୀୟ ସେବା ଯୋଜନା, ଜାତୀୟ ସମର ଶିକ୍ଷାର୍ଥୀ ବାହିନୀର ମିଳିତ ସହଯୋଗରେ ମଙ୍ଗଳବାର ଏକ ମେଗା ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନିରଞ୍ଜନ ସରକାରୀ ମହିଳା ମହାବିଦ୍ୟାଳୟର ଯୁବ ରେଡକ୍ରସର ସଂଯୋଜିକା ଅଧ୍ୟାପିକା ଡଃ ଲୀଲା ଲିଲିୟାନ୍‍ ଓ ଜାତୀୟ ସେବା ଯୋଜନାର କାର୍ଯ୍ୟକ୍ରମ ଅଧିକାରୀ ଅଧ୍ୟାପିକା ଡଃ ଜୟପ୍ରଦା ମହାପାତ୍ର ଏବଂ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀର ଅଫିସର ଅଧ୍ୟାପିକା ଡଃ ସୁପ୍ରିୟା ଦାଶଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ମେଗା ଚାରାରୋପଣ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ ସରୋଜ କୁମାର ଜେନା ଯୋଗଦେଇ ଚାରାରୋପଣ କାର୍ଯ୍ୟକ୍ରମର ଲକ୍ଷ୍ୟ ଓ ଆଭିମୁଖ୍ୟ ଉପରେ ଆଲୋକପାତ କରିବା ସାଙ୍ଗକୁ ଜଙ୍ଗଲ ଓ ପ୍ରକୃତି ସୁରକ୍ଷା, ଚାରା ରୋପଣର ଆବଶ୍ୟକତା, ଗଛ ଲଗାଇବା ଓ ତାର ଯତ୍ନ ନେବା, ବୃକ୍ଷର ମାନବ ସମାଜ ପ୍ରତି ଅବଦାନ ଉପରେ ଆଲୋକପାତ କରିଥିଲେ। ଏହି ଅବସରରେ ପରିବେଶକୁ ସବୁଜ ବନାନୀରେ ପରିଣତ କରିବା ନିମନ୍ତେ ଆସିକା ନିରଞ୍ଜନ ସରକାରୀ ମହିଳା ମହାବିଦ୍ୟାଳୟ ପରିସରରେ କରଂଜ, କଦମ୍ବ, ନୀଳଗିରି, ବାଦାମ୍‍, କୃଷ୍ଣଚୁଡା, ନିମ୍ବ ସମେତ ବିଭିନ୍ନ କିସମର ଔଷଧିୟ ଓ ଛାୟାପ୍ରଦାନକାରୀ ଚାରା ରୋପଣ କରାଯାଇଥିଲା ବେଳେ ପରିବେଶର ସୁରକ୍ଷା ଲାଗି ଅଧିକରୁ ଅଧିକ ଚାରା ରୋପଣ କରି ସେଗୁଡିକ ଯେପରି ବଞ୍ଚି ରହିପାରିବ ସେ ସଂକ୍ରାନ୍ତରେ ସଚେତନତା ସୃଷ୍ଟି ପାଇଁ ଏକ ର‌୍ୟାଲି ସ୍ଥାନୀୟ ଅଞ୍ଚଳ ପରିକ୍ରମା କରିଥିିବା ଦେଖିବାକୁ ମିଳିଥିଲା । ଆସିକା ନିରଞ୍ଜନ ସରକାରୀ ମହିଳା ମହାବିଦ୍ୟାଳୟର ଯୁବ ରେଡକ୍ରସ, ଜାତୀୟ ସେବା ଯୋଜନା, ଜାତୀୟ ସମର ଶିକ୍ଷାର୍ଥୀ ବାହିନୀର ମିଳିତ ସହଯୋଗରେ ଅନୁଷ୍ଠିତ ହୋଇଥିବା ମେଗା ଚାରାରୋପଣ କାର୍ଯ୍ୟକ୍ରମକୁ ସୁପରିଚାଳନା କରିବା ଦିଗରେ ଅଧ୍ୟାପକ ଗଣେଶ୍ୱର ମାଝୀ, କେ.ଓମ୍‍ ନାରାୟଣ ରାଓ, ଡଃ ଲକ୍ଷ୍ମଣ କୁମାର ସୋରେନ୍‍, ଡଃ ଯଶଶ୍ରୀ ମଲିକ, ଡଃ ଉର୍ମିଳା ମୁଦୁଲି, ଡଃ ପ୍ରମୋଦ ତିଆଡି, ବି.ପାଣ୍ଡବ ରେଡି, ଚାନ୍ଦିନୀ ସେଠୀ, ସାନ୍ତନୁ ସାମଲ, ସୁଶିଲ୍‍ କୁମାର ଆଚାର୍ଯ୍ୟ, ସନାତନ ପ୍ରଧାନ ପ୍ରମୁଖ ସହଯୋଗ କରିଥିଲା ବେଳେ ଏହି କାର୍ଯ୍ୟକ୍ରମରେ ଶତାଧୀକ ଛାତ୍ରୀ, ସଚେତନ ନାଗରିକ, ପରିବେଶବିତ୍ ଉପସ୍ଥିତ ଥିବା ଲକ୍ଷ୍ୟ କରାଯାଇଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ