ସିଦ୍ଧେଶ୍ୱର ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ

ଦିଗପହଣ୍ଡି,(ଅଳକ ନାଥ ମିଶ୍ର) ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ସୋମବାର ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ  ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି ବିଡ଼ିଓ ଅନାମିକା ପାଣ୍ଡେଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଶୁଣାଣୀରେ ବ୍ରହ୍ମପୁର ମହାନଗର ଡେପୁଟି କମିଶନର କଲ୍ୟାଣୀ ସଂଘମିତ୍ରା ଦେବୀ , ତହସିଲଦାର ସନ୍ତୋଷ କୁମାର ସାହୁ , ଥାନା ଅଧିକାରୀ ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ର , ଅତିରିକ୍ତ ବିଡିଓ ଉମେଶ କୁମାର ସେଠୀ , ଗ୍ରାମ ପଞ୍ଚାୟତ ଅଧିକାରୀ ରୋଜାଲିନ୍ ଦଳାଇ , ସ୍ଥାନୀୟ ସରପଞ୍ଚ ବିଜୟ କୁମାର ପ୍ରଧାନ ଙ୍କ ସମେତ ବହୁ ସଂଖ୍ୟକ ଅଧିକାରୀ ବୃନ୍ଦ ଉପସ୍ଥିତ ଥିଲେ।  ପଞ୍ଚାୟତ ଅଧିନସ୍ଥ ବିଭିନ୍ନ ଗ୍ରାମରୁ ୧୧୩ ଜଣ ହିତାଧିକାରୀ ନୂତନ ରାସନ୍ କାର୍ଡ ,  ଭତ୍ତା , ଆବାସିକ ଯୋଜନା ସମ୍ବନ୍ଧୀୟ ସମସ୍ୟାକୁ ନେଇ ଅଭିଯୋଗ କରିଥିଲେ । ସେହିପରି ପଞ୍ଚାୟତ ର ବନମାଳୀ ନଗର ବାସିନ୍ଦା ବ୍ଳକ ପ୍ରଶାସନ ନିକଟରେ ସେମାନଙ୍କ ପାନୀୟ ଜଳ ସମସ୍ୟାର ସମାଧାନ ନିମନ୍ତେ ପ୍ରଶାସନ ନିକଟରେ ଦାବି କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ