ରେମୁଣା ନିର୍ବାଚନ ମଣ୍ଡଳୀରେ ବିଧାୟକଙ୍କ ବିଭିନ୍ନ ଲୋକାଭିମୁଖୀ ପ୍ରକଳ୍ପର ଶୁଭ ଶିଳାନ୍ୟାସ

ବାଲେଶ୍ବର(ସରୋଜ ପଣ୍ଡା): ରେମୁଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କରଞ୍ଜିଆ ଗ୍ରାମପଞ୍ଚାୟତରେ ବିଭିନ୍ନ ଲୋକାଭିମୁଖୀ ପ୍ରକଳ୍ପର ଶୁଭ ଶିଳାନ୍ୟାସ କରାଯାଇଥିଲା। ସରକାରୀ ଉପମୁଖ୍ୟ ସଚେତକ ତଥା ବିଧାୟକ ରେମୁଣା ଗୋବିନ୍ଦ ଚନ୍ଦ୍ର ଦାସଙ୍କ କରକମଳରେ ବିଧାୟକ ନିଜସ୍ଵ ପାଣ୍ଠି, ବିକଶିତ ଗାଁ ବିକଶିତ ଓଡିଶା, ମୁଖ୍ୟମନ୍ତ୍ରୀ ସ୍ଵତନ୍ତ୍ର ସହାୟତା ପାଣ୍ଠିରୁ ପ୍ରଦତ୍ତ ବିଭିନ୍ନ ପ୍ରକଳ୍ପର ଶୁଭ ଶିଳାନ୍ୟାସ କରାଯାଇଥିଲା। ଏହି ଅବସରରେ ରେମୁଣା ବିଧାୟକ ପ୍ରତିନିଧି କାର୍ତ୍ତିକ ଚନ୍ଦ୍ର ଗିରି, ସାଂସଦ ପ୍ରତିନିଧି ଉମାକାନ୍ତ ପଣ୍ଡା, ବିଧାୟକଙ୍କ ବ୍ୟକ୍ତିଗତ ସହାୟକ କୃଷ୍ଣ ଚନ୍ଦ୍ର ସାହା, ମଣ୍ଡଳ ସଭାପତି ଉମାକାନ୍ତ ଜେନା, ପଞ୍ଚାୟତ ସଭାପତି ଚନ୍ଦ୍ରମଣୀ ମହାପାତ୍ର, ବିକାଶ ପାଢ଼ୀ, ସୁବୋଧ ଚନ୍ଦ୍ର ପଣ୍ଡା, ମିନାକ୍ଷୀ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ଅନ୍ୟ ପକ୍ଷରେ ଅପରାହ୍ନ ୪ ଘଟିକା ସମୟରେ ଶାସଙ୍ଗ ପଞ୍ଚାୟତରେ ବିଭିନ୍ନ ଲୋକାଭିମୁଖୀ ପ୍ରକଳ୍ପର ଶୁଭ ଶିଳାନ୍ୟାସ ବିଧାୟକ ଶ୍ରୀ ଦାସ ଙ୍କ କରକମଳରେ କରାଯାଇଥିଲା। ଏହି ଅବସରରେ ଜିଲ୍ଲା ସଭାପତି ଈଶ୍ୱର ଚନ୍ଦ୍ର ବେହେରା, ଜିଲ୍ଲା ସାଧାରଣ ସମ୍ପାଦକ ପର୍ଶ୍ୟୁରାମ ପରିଡ଼ା, ସଦର ବ୍ଲକ ବିଧାୟକ ପ୍ରତିନିଧି ଲମ୍ବୋଦର ପ୍ରଧାନ, ସରପଞ୍ଚ ତଥା ମଣ୍ଡଳ ସଭାପତି ପ୍ରଫୁଲ୍ଲ ଦ୍ବିବେଦୀ, ସମିତି ସଭ୍ୟା ସୋନି ସୋରେନ, ଗୌରାଙ୍ଗ ବାରିକ, ନିତ୍ୟାନନ୍ଦ ବେହେରା, ସନ୍ୟାସୀ ନାୟକ ସୂର୍ଯ୍ୟ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।  ଏହି ଅବସରରେ ଉଭୟ ପଞ୍ଚାୟତରେ “ମା ପାଇଁ ଗଛ ଟିଏ” କାର୍ଯ୍ୟକ୍ରମ ଅନ୍ତାର୍ଗତରେ ବୃକ୍ଷ ରୋପଣ ମଧ୍ୟ କରାଯାଇଥିଲା।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ