ଖଲ୍ଲିକୋଟ ଏକକ ବିଶ୍ୱବିଦ୍ୟାଳୟରେ ଷ୍ଟାର୍ଟଅପ୍ ପ୍ରତିଯୋଗିତା

ଖଲ୍ଲୁିକୋଟ(ଓ୍ବାଇଏନଏସ): ଖଲ୍ଲିକୋଟ ଏକକ ବିଶ୍ଵବିଦ୍ୟାଳୟରେ ଷ୍ଟାର୍ଟଅପ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। କୁଳସଚିବ ଶ୍ରୀମତୀ ପାର୍ବତୀ ମଞ୍ଜରୀ ମହାଲିକଙ୍କ ସହଯୋଗରେ ତଥା ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ପରିଷଦ ଆନୁକୂଲ୍ୟରେ ଆୟୋଜିତ ଏହି ପ୍ରତିଯୋଗିତା କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ଡ. ମନୋଜ କୁମାର ପଟ୍ଟନାୟକ ଛାତ୍ରଛାତ୍ରୀ ମାନଙ୍କ ସମ୍ମୁଖରେ ପ୍ରେରଣାଦାୟକ ବକ୍ତବ୍ୟ ଉପସ୍ଥାପନ କରିଥିଲେ। ପ୍ରତିଯୋଗିତାର ସଂଯୋଜକ ଡ. ଗୌତମ ସାବତ ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିଲେ। ପ୍ରତିଯୋଗିତାରେ ପ୍ରାୟ ୩୦ ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଯୋଗଦେଇ ନିଜ ନିଜର ଷ୍ଟାର୍ଟଅପ୍ ପ୍ରୋପଜାଲ ଉପସ୍ଥାପନ କରିଥିଲେ। ପରୀକ୍ଷକ ଭାବରେ ଭୁବନେଶ୍ୱର ମହିଳା ପଲିଟେକନିକ୍ ର ଅଧ୍ୟକ୍ଷ ଡ. ରଜତ କୁମାର ପାଣିଗ୍ରାହୀ, ନିଷ୍ଟ ବିଶ୍ଵବିଦ୍ୟାଳୟର ଅଧ୍ୟାପକ ଡ. ସନ୍ଦୀପନ୍ ମଲ୍ଲିକ, ପାରଳା ମହାରାଜା ଯାନ୍ତ୍ରିକ ମହାବିଦ୍ୟାଳୟର ପ୍ରଫେସର ଜ୍ଞାନ ରଂଜନ ମହାନ୍ତି ଯୋଗଦେଇ ପ୍ରସ୍ତାବିତ ପ୍ରକଳ୍ପ ଗୁଡ଼ିକର ସମୀକ୍ଷା କରିବା ସହ ସର୍ବଶ୍ରେଷ୍ଠ ପ୍ରକଳ୍ପ ଗୁଡ଼ିକୁ ଚୟନ କରିଥିଲେ। ଏ ଅବସରରେ ସମସ୍ତ ପ୍ରତିଯୋଗୀଙ୍କୁ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା। ନିର୍ବାଚିତ ପ୍ରକଳ୍ପଗୁଡ଼ିକୁ ରାଜ୍ୟସ୍ତରୀୟ ପ୍ରତିଯୋଗିତା ନିମନ୍ତେ ପ୍ରେରଣ କରାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା l କାର୍ଯ୍ୟକ୍ରମ ଶେଷରେ କାର୍ଯ୍ୟକ୍ରମର ଏକକ ଯୋଗାଯୋଗ ଅଧିକାରୀ ଡ. ଉଷାରାଣୀ ରଥ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମ ନିମନ୍ତେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିପୁଳ ଉତ୍ସାହ ପରିଲକ୍ଷିତ ହୋଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ