ଜାତୀୟ କ୍ରୀଡ଼ା ଦିବସ ଉପଲକ୍ଷେ ସାଇକେଲ ଶୋଭାଯାତ୍ରା

କେନ୍ଦୁଝର, (ପୂର୍ଣ୍ଣଚନ୍ଦ୍ର ମହାନ୍ତ):  ଜାତୀୟ କ୍ରୀଡ଼ା ଦିବସ ଉପଲକ୍ଷେ ଆଜି କେନ୍ଦୁଝରଠାରେ ଏକ ସାଇକେଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି।  ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ବାହାରିଥିବା ଏହି ଶୋଭାଯାତ୍ରାକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମନ୍ଦରଧର ମହାଳିକ ସବୁଜ ପତାକା ପ୍ରଦର୍ଶନ କରି ଶୁଭାରମ୍ଭ କରିଥିଲେ। ଶତାଧିକ ଛାତ୍ରଛାତ୍ରୀ, ଅଧିକାରୀ ଓ ସାଧାରଣ ଜନତା ସାଇକେଲ ଚଳାଇ ସହର ପରିକ୍ରମା କରି ସୁସ୍ଥ ଜୀବନଯାପନ ପାଇଁ କ୍ରୀଡ଼ା ଓ ଖେଳକୁଦକୁ ନିଜ ଜୀବନରେ ସାମିଲ କରିବାକୁ ସଚେତନତା ବାର୍ତ୍ତା ବାଣ୍ଟିଥିଲେଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ କୁମାର ନାଗଭୂଷଣ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସାର୍ଥକ ରାୟ ଉପସ୍ଥିତ ଥିଲେ।  ଏହି କାର୍ଯ୍ୟକ୍ରମକୁ ଜିଲ୍ଲା କ୍ରୀଡ଼ା ଅଧିକାରୀ ସରୋଜ କୁମାର ମଲ୍ଲିକ ଓ କ୍ରୀଡ଼ା ପ୍ରଶିକ୍ଷକ ଜିତେନ୍ଦ୍ର ମହାକୁଡ଼ ପରିଚାଳନା କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ