ବୁଗୁଡ଼ା ଏନଏସି ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ

ବୁଗୁଡ଼ା  (ଅନୀଲ କୁମାର ମହାରଣା): ବୁଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ୫୩ତମ ଅଖିଳ ଭାରତ ସ୍ବାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି। ଏହି ଦିବସ ଉପଲକ୍ଷେ ପ୍ରାତଃକାଳରେ ରାମଧୁନ୍ ସହ ସହର ପରିକ୍ରମା ଓ ସାଢେ ଆଠଟାରେ ଏନ୍ଏସି କାର୍ଯ୍ୟାଳୟ ପରିସରରେ ଅଧ୍ଯକ୍ଷ ଚିତ୍ରସେନ ପ୍ରଧାନଙ୍କ ଦ୍ବାରା ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା। ଏହାପରେ ଅଧ୍ଯକ୍ଷ ଶ୍ରୀ ପ୍ରଧାନ ଓ ଉପାଧ୍ୟକ୍ଷା ଗିତାଞ୍ଜଳୀ ପାଢୀ  କାଉନସିଲରଙ୍କ ଗହଣରେ ଯାଇ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ, ମେଡିକାଲରେ ରୋଗୀଙ୍କୁ ଫଳ ଏବଂ ବଳଦେବ ମନ୍ଦିର ପ୍ରାଙ୍ଗଣରେ ଗରିବ ଓ ଅସହାୟ ବ୍ଯକ୍ତିଙ୍କୁ ବସ୍ତ୍ର ବଣ୍ଟନ କରିଥିଲେ । ଏଥି ସହ ଏନଏସି କାର୍ଯାଳୟ ପରିସରରେ ଅଧ୍ୟକ୍ଷ ଚିତ୍ରସେନ ପ୍ରଧାନଙ୍କ ପୌରୋହିତ୍ଯରେ ଅନୁଷ୍ଠିତ ଉତ୍ସବରେ ମୁଖ୍ଯ ଅତିଥି ଭାବେ ମତ୍ସ୍ୟ ଓ ପଶୁ ସମ୍ପଦ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗର ମାନ୍ୟବର ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏବଂ ସ୍ବତନ୍ତ୍ର ଅତିଥି ଭାବେ ଆସିକା ସାଂସଦ ଅନୀତା ଶୁଭଦର୍ଶିନୀ ପଟ୍ଟନାୟକ ଯୋଗଦେଇଥିଲେ। ଉଭୟ ମନ୍ତ୍ରୀ ଓ ସାଂସଦ ବୁଗୁଡ଼ା ସହରକୁ ସରସ ସୁନ୍ଦର କରିବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ଏ ଅବସରରେ ଶକ୍ତିନଗର ଅଙ୍ଗନଓ୍ବାଡି କେନ୍ଦ୍ର ଏବଂ ବିରଞ୍ଚି ନାରାୟଣ ମାର୍କେଟ୍ କମ୍ପ୍ଲେକ୍ସ ପ୍ରଥମ ମହଲା ନିର୍ମାଣ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା। ଏଥି ସହ ୧୦୩ ଜଣ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ନିର୍ମାଣ କାର୍ଯ୍ଯାଦେଶ ବଣ୍ଟନ ସାଙ୍ଗକୁ ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଏଥିସହ ସଫେଇ କର୍ମଚାରୀ ବୃନ୍ଦଙ୍କୁ ସମ୍ବର୍ଦ୍ଧିତ ଓ ଅଞ୍ଚଳର ବ୍ଯକ୍ତି ବିଶେଷଙ୍କୁ ସମ୍ମାନୀତ କରାଯାଇଥିଲା। କିଛି କାଉନସିଲର ଏହି କାର୍ଯ୍ୟକ୍ରମକୁ ବର୍ଜନ କରି ଅନୁପସ୍ଥିତ ରହିଥିବା ଦେଖିବାକୁ ମିଳିଥିଲା। କାର୍ଯ୍ୟନିର୍ବାହୀ ଅଧିକାରୀ ବିଭୁତି ଭୂଷଣ ବେହେରା କାର୍ଯ୍ୟକ୍ରମ ପରିଚାଳନା କରିବା ସହିତ ଅନ୍ୟ ସମସ୍ତ କର୍ମଚାରୀମାନେ ଏଥିରେ ସହଯୋଗ କରିଥିଲେ। ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ