ଏକ୍ ପେଡ୍ ମା କେ ନାମ୍ କାର୍ଯ୍ୟକ୍ରମରେ ଯୋଗଦେଇ ବୃକ୍ଷ ରୋପଣ କଲେ ଉପ ମୂଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

କାକଟପୁର (ଗଣେଶ ଚନ୍ଦ୍ର ବେହେରା): ସାରା ଦେଶରେ ଜସ୍ଵସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମ ଦିନ ପାଳନ ହେଉଥିବା ବେଳେ ଓଡ଼ିଶାରେ ଏକ୍ ପେଡ୍ ମା କେ ନାମ୍ କାର୍ଯ୍ୟକ୍ରମରେ ୭୦ଲକ୍ଷ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ରାଜ୍ୟ ସରକାରଙ୍କ ପକ୍ଷରୁ ହାତକୁ ନିଆଯାଇଛି। ଏହି ଅବସରରେ କାକଟପୁର ମଙ୍ଗଳା ମହା ବିଦ୍ୟାଳୟରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଉପ ମୂଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବୃକ୍ଷ ରୋପଣ କରିଛନ୍ତି। ଉପ ମୂଖ୍ୟମନ୍ତ୍ରୀ ପ୍ରଥମେ କାକଟପୁର ମା ମଙ୍ଗଳା ମନ୍ଦିରରେ ପହଞ୍ଚି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଶୁଭ କାମନା କରି ପୂଜାର୍ଚ୍ଚନା କରିବା ସହ ଦୀପଦାନ କରିଥିଲେ। ପରେ ପରେ କାକଟପୁର ମଙ୍ଗଳା ମହା ବିଦ୍ୟାଳୟରେ ପହଞ୍ଚି ଏକ ସଭାରେ ଏକ୍ ପେଡ୍ ମା କେ ନାମ୍ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଓ ଆବଶ୍ୟକତା ଉପରେ ଛାତ୍ରଛାତ୍ରୀ ମାନଙ୍କୁ ସୁଚନା ଦେଇଥିଲେ। ସେଠାରେ ବ୍ଲକ ପ୍ରଶାସନ ପକ୍ଷରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ଯୋଗଦେଇ ବୃକ୍ଷ ରୋପଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ