ସୁସ୍ଥ ହୋଇ ଫେରିଲେ ବୁଦ୍ଧାଦିତ୍ୟ ମହାନ୍ତି

କଟକ, (ଓ୍ବାଇଏନଏସ) : କଟକର ଘରୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ଓଲିଉଡର ଲୋକପ୍ରିୟ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି। ଫୁସଫୁସ୍‌ଜନିତ ସଂକ୍ରମଣ କାରଣରୁ ଗତ ୮ ଦିନ ତଳେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଏବେ ସୁସ୍ଥ ହୋଇ ସେ ଘରକୁ ଫେରିଛନ୍ତି। ଓଡ଼ିଶାବାସୀଙ୍କ ଭଲପାଇବା ଓ ଆଶୀର୍ବାଦରୁ ସେ ସୁସ୍ଥ ହୋଇଥିବା କହିଛନ୍ତି। ଏବେ ପାଇଁ ଖୁବ୍ କମ୍ କଥା ହେବାକୁ ଡାକ୍ତର ତାଙ୍କୁ ପରାମର୍ଶ ଦେଇଛନ୍ତି। ସୂଚନାନୁଯାୟୀ, ଗତ ଆଠ ଦିନ ତଳେ ବୁଦ୍ଧାଦିତ୍ୟ ମହାନ୍ତି ଘରେ ଥିବା ସମୟରେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ତୁରନ୍ତ ପରିବାର ଲୋକେ ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଫୁସଫୁସ୍ ସଂକ୍ରମଣ ଜନିତ ରୋଗରେ ପୀଡ଼ିତ ହୋଇ ସେ ମେଡିକାଲରେ ଭର୍ତ୍ତି ହୋଇଥିଲେ। ତାଙ୍କୁ ପଲ୍ୟୁମନାରୀ ମେଡିସିନ୍ ବିଭାଗର ଡାକ୍ତର ଚିକିତ୍ସା କରୁଥିଲେ। ୮ ଦିନ ପରେ ଆଜି ସୁସ୍ଥ ହୋଇ ବୁଦ୍ଧାଦିତ୍ୟ ଘରକୁ ଫେରିଛନ୍ତି। ଘରେ ରହି ନିୟମିତ ମେଡିସିନ୍ ଓ ରେଷ୍ଟ ନେଲେ ସମ୍ପୂର୍ଣ୍ଣ ଭାବରେ ଠିକ୍ ହେଇଯିବେ ବୋଲି ସୂଚନା ମିଳିଛି। ଓଡ଼ିଶାବାସୀଙ୍କ ଭଲପାଇବା ଓ ଆଶୀର୍ବାଦରୁ ବୁଦ୍ଧାଦିତ୍ୟ ସୁସ୍ଥ ହୋଇଥିବା କହିଛନ୍ତି। ସେ ଯେଉଁ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ସେଠାକାର ଡାକ୍ତର ଓ ନର୍ସଙ୍କୁ ଧନ୍ୟବାଦ ଦେଇଛନ୍ତି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ