ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଘରେ ପଶି ଦୁଷ୍କର୍ମ ଉଦ୍ୟମ : ଅଭିଯୁକ୍ତକୁ କୋର୍ଟ ଚାଲାଣ

ଦିଗପହଣ୍ଡି,(ଅଳକ ନାଥ ମିଶ୍ର) ଦିଗପହଣ୍ଡି ବ୍ଲକ ଅଧିନ ଏକ ଗ୍ରାମର ପଞ୍ଚମ ଶ୍ରେଣୀରେ ପଢୁଥିବା ଜଣେ  ଛାତ୍ରୀ ଙ୍କୁ ଘରେ ପଶି ଦୁଷ୍କର୍ମ ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ତଦନ୍ତକାରୀ ଅଧିକାରୀ ଦିଗପହଣ୍ଡି ଥାନା ଏସ.ଆଇ ଜ୍ୟୋତି ରଞ୍ଜନ ବେହେରା ଏହି ଘଟଣାରେ ସମ୍ପୃକ୍ତ ଯୁବକ ଡି.ସନ୍ତୋଷ ଦୋରା ଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ ବ୍ରହ୍ମପୁର ପୋକ୍ସ କୋର୍ଟ କୁ ଚାଲାଣ କରିଛନ୍ତି।ଥାନା ମାମଲା ନଂ.୩୪୮/୨୫ ଅନୁଯାୟୀ ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇ ଦିଆଯାଇଛି।ସୋମବାର ଅପରାହ୍ନରେ ଛାତ୍ରୀ ଙ୍କ ଘରେ କେହି ନଥିବା ସୁଯୋଗ ନେଇ ଅଭିଯୁକ୍ତ ପଡୋଶୀ ତାଙ୍କ ଘରେ ପଶି ଛାତ୍ରୀ ଙ୍କୁ  ମୋବାଇଲ ଫୋନ୍ ରେ ଅଶ୍ଳିଳ ଭିଡିଓ ଦେଖାଇବା ପରେ ତାଙ୍କୁ ଅସଦାଚରଣ କରିବା ସହ ଦୁଷ୍କର୍ମ ପାଇଁ ଉଦ୍ୟମ କରିବା ବେଳେ ଛାତ୍ରୀ ଙ୍କ ମା ଘରକୁ ଚାଲି ଆସିଥିଲେ।ଅଭିଯୁକ୍ତ ତାଙ୍କୁ ଦେଖି ଦୌଡ଼ି ପଳାଇଥିଲେ।ଝିଅ ସମସ୍ତ ଘଟଣା ମା ଙ୍କୁ କାନ୍ଦି କାନ୍ଦି କହିଥିଲେ। ପୀଡ଼ିତାଙ୍କ ମା ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ।ଭାରପ୍ରାପ୍ତ ଆଇଆଇସି ପ୍ରଶାନ୍ତ ପାତ୍ର ଏତଲାକୁ ଭିତ୍ତିକରି ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରିଥିଲେ। ପୁଲିସ ଅଭିଯୁକ୍ତଙ୍କ ମୋବାଇଲ ଫୋନ ଜବତ କରିଛନ୍ତି। ବ୍ରହ୍ମପୁର ବଡ଼ ଡାକ୍ତରଖାନା ରେ ପୀଡ଼ିତା ଙ୍କ ଡାକ୍ତରୀ ମାଇନା କରାଯିବା ସହ ମାଜିଷ୍ଟ୍ରେଟଙ୍କ ସମ୍ମୁଖରେ ବୟାନ ରେକର୍ଡ କରାଯାଇଥିବା ତଦନ୍ତକାରୀ ଅଧିକାରୀ କହିଛନ୍ତି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ