କେନ୍ଦୁଝର ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି

କେନ୍ଦୁଝର (ପୂର୍ଣ୍ଣଚନ୍ଦ୍ର ମହାନ୍ତ):  ସୋମବାର ଦିନ ଜିଲ୍ଲାପାଳ ଶ୍ରୀ ବିଶାଲ ସିଂହଙ୍କ ନେତୃତ୍ୱରେ କେନ୍ଦୁଝର ଜିଲ୍ଲା ସଦର ମହକୁମାସ୍ଥ ଦରବାର ହଲ୍‌ଠାରେ ଜନସାଧାରଣଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୋଟ୍ ୯୧ ଅଭିଯୋଗ ଗ୍ରହଣ କରାଯାଇଥିଲା । ସମୁଦାୟ ଅଭିଯୋଗ ମଧ୍ୟରୁ ୧୨ ଅଭିଯୋଗ ଗୋଷ୍ଠୀ ସମସ୍ୟା/ଗ୍ରାମ୍ୟ ସମସ୍ୟାମୂଳକ ହୋଇଥିବାବେଳେ ୭୯ଟି ଅଭିଯୋଗ ବ୍ୟକ୍ତିଗତ ସମସ୍ୟା ଉପରେ ପର୍ଯ୍ୟବେସିତ ଥିଲା ।ସେଥିମଧ୍ୟରୁ  ୧୭ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ଜିଲ୍ଲା ରେଡ଼କ୍ରସ ପାଣ୍ଠିରୁ ସହାୟତା ପାଇଁ ୯ ଆବେଦନପତ୍ର ଗ୍ରହଣ କରାଯାଇଥିଲା। ଏହି ଶୁଣାଣିରେ ଆରକ୍ଷୀ ଅଧିକ୍ଷକ ନୀତିନ କୁଶଲକର, ଅତିରିକ୍ତ ଜିଲ୍ଲାପାଳ, ମନ୍ଦରଧର ମହାଳିକ, ରବୀନ୍ଦ୍ର କୁମାର ପ୍ରଧାନ, କେନ୍ଦୁଝର ଉପଜିଲ୍ଲାପାଳ ଶ୍ରୀ ଉମାଶଙ୍କର ଦଳାଇ, ଜିଲ୍ଲା ମୁଖ୍ୟ ଚିକିତ୍ସା ଏବଂ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡାଃ ବିନୋଦ ବିହାରୀ ମିଶ୍ର, ଏବଂ ସହକାରୀ ଜିଲ୍ଲାପାଳ ସରୋଜ କୁମାର ମଲ୍ଲିକଙ୍କ ସମେତ ଜିଲ୍ଲାସ୍ତରର ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଏଥିରେ ଯୋଗଦେଇଥିଲେ ।ସୂଚନାଯୋଗ୍ୟ ଚଳିତ ମାସ ୧୩, ୨୦,୨୭ ତାରିଖରେ ଯଥାକ୍ରମେ ତେଲକୋଇ, ହରିଚନ୍ଦନପୁର ଓ ଘଷିପୁରା ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ