ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପର ଭିତିପ୍ରସ୍ତର ସ୍ଥାପନ

ନାଉଗାଁ (ଓ୍ବାଇଏନଏସ): ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଲକ ଅନ୍ତର୍ଗତ ଶିଖର ପଂଚାୟତରେ ଜଗତସିଂହପୁର ବିଧାୟକ ଅମରେନ୍ଦ୍ର ଦାସଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପର ଭିତିପ୍ରସ୍ତର ସ୍ଥାପନ ବୁଧବାର କରାଯାଇଛି। ଏଥିରେ ସମନ୍ୱିତ ଗୋଷ୍ଠୀ କେନ୍ଦ୍ର ନିର୍ମାଣ, ଆଦିବାସୀ ସାହି ଶାଳିଜଙ୍ଗାର ଗୋଷ୍ଠୀ ଶୌଚାଳୟ, ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଶାଳିଜଙ୍ଗାର ନୂତନ ଶ୍ରେଣୀ ଗୃହ ଆଦିର ଭିତିପ୍ରସ୍ତର ସ୍ଥାପନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଧାୟକଙ୍କ ସହିତ ବିଡିଓ ନିରଂଜନ ପରିଡା, ଜିଲ୍ଲା ପରିଷଦ ସଭ୍ୟା ଅମିତା ସ୍ୱାଇଁ, ବିଜେପି ରାଷ୍ଟ୍ରୀୟ ପରିଷଦ ସଭ୍ୟ ଉପେନ୍ଦ୍ରନାଥ ବିଶ୍ୱାଳ, ଯୁବନେତା ବିଶ୍ମୟାନନ୍ଦ ସ୍ୱାଇଁ, ମନୋଜ କୁମାର ସ୍ୱାଇଁ ଆଦି ଉପସ୍ଥିତ ଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ