ବାତ୍ୟା ‘ମୋନ୍ଥା’ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା
ଦିଗପହଣ୍ଡି,(ଅଳକ ନାଥ ମିଶ୍ର) : ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ରବିବାର ଅବପାତ ର ରୂପ ନେଇ ବାତ୍ୟା ‘ମୋନ୍ଥା’ ରେ ପରିଣତ ହୋଇଛି।ଏହାର ପ୍ରଭାବରେ ମଙ୍ଗଳବାର ଠାରୁ ଗୁରୁବାର ଯାଏଁ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରବଳ ରୁ ଅତିପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଜଳସମ୍ପଦ ବିଭାଗ ଅଧିନ ଦିଗପହଣ୍ଡି ସ୍ଥିତ ଘୋଡାହାଡ ଜଳସେଚନ ଉପ ବିଭାଜନ ସହକାରୀ ନିର୍ବାହୀ ଯନ୍ତ୍ରୀ ଙ୍କ କାର୍ଯ୍ୟାଳୟ ପକ୍ଷରୁ ଯେକୌଣସି ମୁହୂର୍ତ୍ତରେ ଘୋଡାହାଡ ଡ଼୍ୟାମରୁ ସ୍ପିଲ୍ ୱେ ମୁଖ୍ୟ ଫାଟକ ଦେଇ ଘୋଡ଼ାହାଡ଼ ନଦୀ ଗର୍ଭ କୁ ପାଣି ଛଡ଼ାଯିବ ବୋଲି ନଦୀ ତଟବର୍ତ୍ତୀ ଗୋଲଣ୍ଡା,ମଧୁବନ, ସେବକ ଟିକରପଡ଼ା,କଇଠଖଣ୍ଡି, ବୁରିପଦର, ପେଣ୍ଠା, ତଲାସିଙ୍ଗି,ଗୁମା, ପନାଡ,ଜକମେରି ପଲ୍ଲୀ, ଜଲମେରି ପଲ୍ଲୀ, ଧେରେଣ୍ଡୀ, ମଳାଭଞ୍ଜା ,ଆମ୍ବ ଗାଁ, ତିଳେଶ୍ୱର,ମହାନଳା, ପଳାଶପୁର,ନୂଆଗଡ, ଖୁଲଡି, ଜଲମରା, ଭୁଇପଲ୍ଲୀ, ପାଟପୁର, ଗ୍ରାମବାସୀଙ୍କୁ ରବିବାର ଡ଼ାକବାଜି ଯନ୍ତ୍ର ମାଧ୍ୟମରେ ସତର୍କ ସୂଚନା ଜାରି କରାଯାଇଛି। ଡ଼୍ୟାମ ର ଜଳଧାରଣ କ୍ଷମତା ୧୧୭.୮୦ ମିଟର ରହିଥିବା ବେଳେ ରବିବାର ସନ୍ଧ୍ୟା ସୁଦ୍ଧା ଜଳଭଣ୍ଡାରରେ ୮୭.୫ ଭାଗ ଅର୍ଥାତ୍ ୧୧୬.୫୦ ମିଟର ପାଣି ଗଚ୍ଛିତ ରହିଥିବା ଜଳସମ୍ପଦ ବିଭାଗ ଉପ ନିର୍ବାହୀ ଯନ୍ତ୍ରୀ ଇଂ. ନିରଞ୍ଜନ ସାହୁ ଜଣାଇଛନ୍ତି। ଡ଼୍ୟାମ ରୁ ନଦୀଗର୍ଭ କୁ ପାଣି ଛଡ଼ାଯିବ ବୋଲି ଜଳସମ୍ପଦ କାର୍ଯ୍ୟାଳୟ ପକ୍ଷରୁ ବିଭିନ୍ନ ସରକାରୀ କାର୍ଯ୍ୟାଳୟ , ନିକଟସ୍ଥ ଥାନା ଓ ଦମକଳ କେନ୍ଦ୍ର ଗୁଡ଼ିକୁ ସୂଚନା ଦିଆଯାଇଥିବା ଜଣାପଡିଛି ।


