ମୁନିସିପେଣ୍ଠ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଦୁଇଟି କାର୍ଯ୍ୟାଳୟକୁ ଉଦଘାଟନ କଲେ ଛତ୍ରପୁର ବିଧାୟକ

ଛତ୍ରପୁର, (ଓ୍ବାଇଏନଏସ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଙ୍କ ଦ୍ୱାରା ଆଜି ଦୁଇଟି କାର୍ଯ୍ୟାଳୟ ଉଦଘାଟନ ହୋଇଯାଇଛି, ଛତ୍ରପୁର ବ୍ଲକ ଅନ୍ତର୍ଗତ ମୁନିସିପେଣ୍ଠ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ରେ ଗୋଷ୍ଠୀ ଜନ ସ୍ୱାସ୍ଥ୍ୟ କାର୍ଯ୍ୟାଳୟ ଏବଂ ଜନ୍ମ ମୃତ୍ୟୁ ପଞ୍ଜିକରଣ କାର୍ଯ୍ୟାଳୟ କୁ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶୁଭ ଉଦଘାଟନ କରିଛନ୍ତି, ଏହି ଅବସର ରେ ଛତ୍ରପୁର ଏ ବିଡ଼ିଓ ଜୟଶ୍ରୀ ନାୟକ, ମୁନିସିପେଣ୍ଠ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ର ଅଧିକ୍ଷିକ ଡାକ୍ତର ସ୍ୱାଧୀନ କୁମାର ରଥ, ପୋଟଲାମପୁର ସରପଞ୍ଚ ନିରଞ୍ଜନ ପ୍ରଧାନ, ସମିତି ସଭ୍ୟ ଶମ୍ଭୁ ନାଥ ସ୍ୱାଇଁ, ଲକ୍ଷ୍ମୀପୁର ପଂଚାୟତ ର ପୂର୍ବତନ ସମିତି ସଭ୍ୟ ଏନ. ଦୁର୍ଯ୍ୟୋଧନ ରେଡ୍ଡୀ, ଯୁବ ନେତା ବନୋଜ ନାହାକ, ବିପିଏମ ସିମାଞ୍ଚଳ ପ୍ରଧାନ, ଜନ ସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ବରୁଣ କୁମାର ପାଣିଗ୍ରାହୀ, ଆରଡ଼ି ବିଭାଗ ର କନିଷ୍ଠ ଯନ୍ତ୍ରୀ ସଚିକାନ୍ତ ଦାଶ ଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ମାନେ ଉପସ୍ଥିତ ଥିଲେ, ପରେ ରୋଗୀ କଲ୍ୟାଣ ସମିତି ର ପରିଚାଳନା ପରିଷଦ ବୈଠକ ଅନୁଷ୍ଠିତ ହୋଇଥିଲା, ଏଥିରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ନାୟକ ଯୋଗଦେଇ ରୋଗୀଙ୍କୁ ଉଚିତ ସେବା ଯୋଗାଇବା ସହିତ ଆଗାମୀ ଦିନ ରେ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କ ରେ ଆଲୋଚନା କରିଥିଲେ, ଅଧିକ୍ଷିକ ଡାକ୍ତର ସ୍ୱାଧୀନ କୁମାର ରଥ ପୂର୍ବ ବୈଠକ ର ବିବରଣୀ ପାଠ କରିବା ସହିତ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ପ୍ରଦାନ କରାଯାଉଥିବା ବିଭିନ୍ନ ସେବା ସମ୍ପର୍କ ରେ ଆଲୋକପାତ କରିଥିଲେ, ବିପିଏମ ସିମାଞ୍ଚଳ ପ୍ରଧାନ ବୈଠକର ବିଭିନ୍ନ ଦିଗ ସମ୍ପର୍କ ରେ କହିଥିଲେ, ପିଏଚଇଓ ବରୁଣ କୁମାର ପାଣିଗ୍ରାହୀ ସ୍ୱାଗତ ଭାଷଣ ପ୍ରଦାନ କରିବା ସହିତ ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ, ଏହି ବୈଠକ ରେ କମିଟି ର ସମସ୍ତ ସଭ୍ୟ ଏବଂ ଅନ୍ୟାନ୍ୟ ଅଧିକାରୀ ମାନେ ଉପସ୍ଥିତ ଥିଲେ

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ