କେନ୍ଦ୍ରାପଡା ଅର୍ବାନ ବ୍ୟାଙ୍କ ରାଜ୍ୟ ସ୍ତରରେ ପୁରସ୍କୃତ

କେନ୍ଦ୍ରାପଡ଼ା,(ଚିତ୍ତ ରଞ୍ଜନ ଦାଶ):କେନ୍ଦ୍ରାପଡା ଜିଲ୍ଲାର ଅଗ୍ରଣୀ ଆର୍ଥିକ ପ୍ରତିଷ୍ଠାନ କେନ୍ଦ୍ରାପଡା ଅର୍ବାନ କୋପରେଟିଭ ବ୍ୟାଙ୍କ ରାଜ୍ୟ ସ୍ତରରେ ପୁରସ୍କୃତ ହୋଇଛି। ରାଜ୍ୟ ସମବାୟ ୟୁନିଅନ ଆନୁକୂଲ୍ୟରେ ୭୨ତମ ନିଖିଳ ଭାରତ ସମବାୟ ସପ୍ତାହ ପାଳନ ଅବସରରେ ଭୁବନେଶ୍ୱରସ୍ଥିତ ଜୟଦେବ ଭବନରେ ରାଜ୍ୟ ସମବାୟ ବିଭାଗ ପକ୍ଷରୁ ଆୟୋଜିତ ରାଜ୍ୟ ସ୍ତରୀୟ ଉତ୍ସବରେ କେନ୍ଦ୍ରାପଡା ଅର୍ବାନ କୋପରେଟିଭ ବ୍ୟାଙ୍କକୁ ସମବାୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଓ ସେବା ପାଇଁ ଦ୍ୱିତୀୟ ପୁରସ୍କାର ପ୍ରଦାନ କରାଯାଇଛି। ଅତୀତରେ ଭାରତୀୟ ରିଜର୍ଭ ବ୍ୟାଙ୍କ ଦ୍ୱାରା ଏହି ବ୍ୟାଙ୍କ ଏଫ.ଏସ.ଡବ୍ଲୁ. ଏମ. ର ମାନ୍ୟତା ପାଇଥିଲା। ଏହି ଉତ୍ସବରେ ଅତିଥି ଭାବେ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଯୋଗଦେଇ କେନ୍ଦ୍ରାପଡା ଅର୍ବାନ ବ୍ୟାଙ୍କକୁ ଟ୍ରଫି ଓ ମାନପତ୍ର ପ୍ରଦାନ କରିଛନ୍ତି। ଉତ୍ସବରେ ଅର୍ବାନ ବ୍ୟାଙ୍କ ସଭାପତି ଗୁରୁ ପ୍ରସାଦ ମହାନ୍ତି ଓ ମୁଖ୍ୟ ନିର୍ବାହୀ ଅଧିକାରୀ ଭାଗ୍ୟଲକ୍ଷ୍ମୀ ପଣ୍ଡା ଯୋଗଦେଇ ସମବାୟ ମନ୍ତ୍ରୀଙ୍କ ଠାରୁ ଟ୍ରଫି ଓ ମାନପତ୍ର ଗ୍ରହଣ କରିଥିଲେ। ଏହି ପୁରସ୍କାର ଆଗାମୀ ଦିନରେ ସମବାୟ ଆନ୍ଦୋଳନକୁ ଆଗେଇ ନେବା ପାଇଁ ପ୍ରୋତ୍ସାହିତ କରିବ ବୋଲି ସଭାପତି ଶ୍ରୀ ମହାନ୍ତି ପ୍ରକାଶ କରିଛନ୍ତି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ