ସୋମାଲିଆରେ ବୋମା ବିସ୍ଫୋରଣ, ପ୍ରାଣ ହାରିଲେ ୨୦ରୁ ଊର୍ଦ୍ଧ୍ବ

ନୂଆଦିଲ୍ଲୀ : ସୋମାଲିଆରେ ଏକ କାର ବୋମା ବିସ୍ଫୋରଣ ହୋଇଛି। ଏଥିରେ ୨୦ରୁ ଊର୍ଦ୍ଧ୍ବ ଲୋକ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ଏହି ବିସ୍ଫୋରଣରେ ଆହୁରି ପ୍ରାୟ ୪୦ ଜଣ ବ୍ୟକ୍ତି ଆହତ ହୋଇଛନ୍ତି । ଆହତମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ଏକାଧିକଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ସୋମାଲିଆର ରାଜଧାନୀ ମୋଡିଗାସୁରେ ଶନିବାର ଦିନ ଏହି ବିସ୍ଫୋରଣ ଘଟିଛି । ବିସ୍ଫୋରଣ ନିମନ୍ତେ କୌଣସି ଆତଙ୍କୀ ସଙ୍ଗଠନ ନିଜକୁ ଦାୟୀ କରିନଥିବା ବେଳେ ବିସ୍ଫୋରଣର ତଦନ୍ତ ଜାରି ରହିଛି ବୋଲି ପୋଲିସ୍‌ ଅଧିକାରୀ ଇବ୍ରାହିମ ମହମ୍ମଦ ପ୍ରକାଶ କରିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ