ଯୁଗ୍ମ ଅଭିଯୋଗ ଶୁଣାଣି

କେନ୍ଦୁଝର, (ପୂର୍ଣ୍ଣଚନ୍ଦ୍ର ମହାନ୍ତ): କେନ୍ଦୁଝର ଜିଲ୍ଲାପାଳ ଶ୍ରୀ ବିଶାଲ ସିଂହଙ୍କ ନେତୃତ୍ୱରେ କେନ୍ଦୁଝର ଜିଲ୍ଲା ସଦର ମହକୁମାସ୍ଥ ଦରବାର ହଲ୍‌ଠାରେ ଜନସାଧାରଣଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୋଟ୍ ୧୬୯ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସମୁଦାୟ ଅଭିଯୋଗ ମଧ୍ୟରୁ ୨୭ଟି ଅଭିଯୋଗ ଗୋଷ୍ଠୀ ସମସ୍ୟା/ଗ୍ରାମ୍ୟ ସମସ୍ୟାମୂଳକ ହୋଇଥିବାବେଳେ ୧୪୨ଟି ଅଭିଯୋଗ ବ୍ୟକ୍ତିଗତ ସମସ୍ୟା ଉପରେ ପର୍ଯ୍ୟବେସିତ ଥିଲା । ସେଥିମଧ୍ୟରୁ  ୨୯ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ଜିଲ୍ଲା ରେଡ଼କ୍ରସ ପାଣ୍ଠିରୁ ସହାୟତା ପାଇଁ ୧୩ ଆବେଦନପତ୍ର ଗ୍ରହଣ କରାଯାଇଥିଲା। ଏହି ଶୁଣାଣିରେ ଆରକ୍ଷୀ ଅଧିକ୍ଷକ ନୀତିନ କୁଶଲକର, ଜିଲ୍ଲା ପରିଷଦ କେନ୍ଦୁଝରର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ କୁମାର ନାଗଭୂଷଣ, କେନ୍ଦୁଝର ଉପଜିଲ୍ଲାପାଳ ଉମାଶଙ୍କର ଦଳାଇ, ଜିଲ୍ଲା ମୁଖ୍ୟ ଚିକିତ୍ସା ଏବଂ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡାଃ ବିନୋଦ ବିହାରୀ ମିଶ୍ର, ଡେପୁଟି କଲେକ୍ଟର ଅଭିଳାଷ ପୁରୋହିତ ଏବଂ ସହକାରୀ ଜିଲ୍ଲାପାଳ ସରୋଜ କୁମାର ମଲ୍ଲିକଙ୍କ ସମେତ ଜିଲ୍ଲାସ୍ତରର ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଏଥିରେ ଯୋଗଦେଇଥିଲେ । ସୂଚନାଯୋଗ୍ୟ ଯେ, ଆସନ୍ତା ୦୮.୧୨.୨୦୨୫ ସୋମବାର ଦିନ ପଞ୍ଚାୟତ ସମିତି କାର୍ଯ୍ୟାଳୟ, ଆନନ୍ଦପୁର, ୧୫.୧୨.୨୦୨୫ ସୋମବାର ପଞ୍ଚାୟତ ସମିତି କାର୍ଯ୍ୟାଳୟ, ଝୁମ୍ପୁରା, ୨୨.୧୨.୨୦୨୫ ସୋମବାର ପଞ୍ଚାୟତ ସମିତି କାର୍ଯ୍ୟାଳୟ, ବାଂଶପାଳ ଓ ୨୯.୧୨.୨୦୨୫ ସୋମବାର ପଞ୍ଚାୟତ ସମିତି କାର୍ଯ୍ୟାଳୟ, ଘଟଗାଁଠାରେ ଚଳିତ ମାସର ପରବର୍ତ୍ତୀ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ