ପଞ୍ଚାୟତସ୍ତରୀୟ ଜନ ଶୁଣାଣି
ଦିଗପହଣ୍ଡି, (ଅଳକ ନାଥ ମିଶ୍ର) : ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତ ସ୍ତରୀୟ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି ବିଡ଼ିଓ ଅନାମିକା ପାଣ୍ଡେଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଜନଶୁଣାଣି ରେ ବ୍ରହ୍ମପୁର ମହାନଗର ନିଗମ ଡେପୁଟି କମିଶନର କଲ୍ୟାଣୀ ସଂଘମିତ୍ରା ଦେବୀ ,ଦିଗପହଣ୍ଡି ତହସିଲଦାର ସନ୍ତୋଷ କୁମାର ସାହୁ , ସରପଞ୍ଚ ଗାୟତ୍ରୀ ବ୍ରହ୍ମା , ଅତିରିକ୍ତ ବିଡିଓ ଉମେଶ କୁମାର ସେଠୀ , ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ରୋଜାଲିନ୍ ଦଳାଇ , ବ୍ଳକ ସାମାଜିକ ସୁରକ୍ଷା ଅଧିକାରୀ ରଶ୍ମୀ ପ୍ରକାଶିନୀ ଜାନୀ , ପଞ୍ଚାୟତ ନିର୍ବାହୀ ଅଧିକାରୀ ପ୍ରଦୀପ କୁମାର ପଣ୍ଡା , ଘୋଡାହାଡ ଜଳସେଚନ ସହକାରୀ ଯନ୍ତ୍ରୀ ଇଂ. ଦେବରାଜ ଗୈାଡ , କୃଷି ଅଧିକାରୀ କଲ୍ୟାଣୀ ରାଉତ , ସହଗୋଷ୍ଠୀ ଶିକ୍ଷାଧିକାରୀ ବାଳା ମାଝୀ , ଡ୍ରେନେଜ ବିଭାଗ ସହକାରୀ ଯନ୍ତ୍ରୀ ଇଂ. ଭଗବାନ ରଥ ଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ବୃନ୍ଦ ଉପସ୍ଥିତ ଥିଲେ । ଗ୍ରାମର ୨୧ ହିତାଧିକାରୀ ନୂତନ ରାସନ୍ କାର୍ଡ , ବିଭିନ୍ନ ଭତ୍ତା , ଆବାସିକ ଗୃହ କାର୍ଯ୍ୟାଦେଶ ନିମନ୍ତେ ଆବେଦନ କରିବା ସହ ସମସ୍ୟା କହିଥିଲେ । ବିଭିନ୍ନ ସରକାରୀ କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ ।


