ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ସୋର (ସରୋଜ ପଣ୍ଡା): ସ୍ଥାନୀୟ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ମୟୁର ବିକାଶ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ପ୍ରତ୍ୟୁଷ ଦିବାକରଙ୍କ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ସୋର ପଞ୍ଚାୟତ ସମିତି ଅଧୀନସ୍ଥ ବିଭିନ୍ନ ଗ୍ରାମ ପଞ୍ଚାୟତରୁ ୧୧୯ ଜଣ ଅଭିଯୋଗକାରୀ ନିଜର ଅଭିଯୋଗ ଫର୍ଦ୍ଦ ଉପସ୍ଥାପନ କରିଥିଲେ। ସେଥି ମଧ୍ୟରୁ ୧୧୧ ଗୋଟି ବ୍ୟକ୍ତିଗତ ଅଭିଯୋଗ ସମ୍ପର୍କିତ ହୋଇଥିବା ବେଳେ ୦୬ ଗୋଟି ସାମୁହିକ ଅଭିଯୋଗ ଉପସ୍ଥାପନ କରିଥିଲେ ଏବଂ ୦୨ ଗୋଟି ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠି  ନିମନ୍ତେ ଦରଖାସ୍ତ ପ୍ରଦାନ କରିଥିଲେ I ଏହି ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମରେ ୧୧ ଗୋଟି ଅଭିଯୋଗର ତତକାଳ ସମାଧାନ କରାଯାଇଥିଲା ।  ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀଯୁକ୍ତ ହେମନ୍ତ ସିଂ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ସଞ୍ଜୟ କୁମାର ରାଉତ, ମୁଖ୍ୟ ଜିଲ୍ଲା ଚିକିତ୍ସାଧିକାରୀ, ଡ. ପ୍ରଭାତ କୁମାର ବେହେରା, ଉପ ଜିଲ୍ଲାପାଳ ବାଲେଶ୍ୱର ଶ୍ରୀଯୁକ୍ତ ଶିବ ମାଲବ୍ୟଙ୍କ ସମେତ ଜିଲ୍ଲାର ବିଭିନ୍ନ ବିଭାଗୀୟ ପଦାଧିକାରୀ ଉପସ୍ଥିତ ଥିଲେ ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ