ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ
ଦିଗପହଣ୍ଡି,(ଅଳକ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୪୭ ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ ହୋଇଯାଇଛି। ୨ ଦିନ ଧରି ଅନୁଷ୍ଠିତ କ୍ରୀଡା ଉତ୍ସବକୁ ଅଧ୍ୟକ୍ଷ ଜେନାମଣି ସାହୁ ଉଦଘାଟନ କରିଥିଲେ। ଅବସରପ୍ରାପ୍ତ ଅଧ୍ୟକ୍ଷ ଡ.ସୁଧୀ ରଞ୍ଜନ ହୋତା ଏବଂ ରାମଜୀ ଯୁକ୍ତ ୩ ଡିଗ୍ରୀ କଲେଜ ଅଧ୍ୟକ୍ଷ ନିହାର ରଞ୍ଜନ କର ସମ୍ମାନିତ ଅତିଥି ଭାବେ ଯୋଗ ଦେଇ କ୍ରୀଡା ପ୍ରତିଯୋଗୀ ଛାତ୍ରୀ ଛାତ୍ର ମାନଙ୍କୁ ଉତ୍ସାହିତ କରିଥିଲେ। ହାଇସ୍କୁଲ କ୍ରୀଡା ଶିକ୍ଷକ ସୁଜିତ କୁମାର ଜେନା, ବାଣିଜ୍ୟ ବିଭାଗ ଶିକ୍ଷକ ବିକାଶ ବେହେରା ଏବଂ ଇଂରାଜୀ ଶିକ୍ଷକ କୁନା ବିବାର ବିଭିନ୍ନ କ୍ରୀଡା ପ୍ରତିଯୋଗିତା ପରିଚାଳନା କରିଥିଲେ। ଉଦଯାପନୀ ଉତ୍ସବରେ କୃତି ପ୍ରତିଯୋଗୀ ମାନଙ୍କୁ ଅତିଥିମାନଙ୍କ ଦ୍ବାରା ପୁରସ୍କୃତ କରାଯାଇଥିଲା। ଅନ୍ୟ ଶିକ୍ଷୟିତ୍ରୀ,ଶିକ୍ଷକ ଓ କର୍ମଚାରୀ ବୃନ୍ଦ ସମସ୍ତ କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ।


