ମାଣିତରାରେ ପଞ୍ଚାୟତ ସ୍ତରୀୟ ମିଳିତ ଜନଶୁଣାଣି

ବୁଗୁଡ଼ା (ଓ୍ବାଇଏନଏସ): ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ବୁଗୁଡ଼ା ବ୍ଲକର ମାଣିତରା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ବୁଗୁଡା ବିଡ଼ିଓ ଦୁତିକୃଷ୍ଣ ପାତ୍ରଙ୍କ ତତ୍ତ୍ଵାବଧାନରେ ପଞ୍ଚାୟତ ସ୍ତରୀୟ ମିଳିତ ଜନଶୁଣାଣି ଶିବିର ଡିସେମ୍ବର ୨୯ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବୁଗୁଡା ତହସିଲଦାର ତାପସ ରାଉତ, ସିଡିପିଓ ବବିତା କୁମାରୀ ପଣ୍ଡା, ମାଣିତରା ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଡାକ୍ତର ଦୁର୍ଗାପ୍ରସାଦ ବିଶ୍ୱାଳ ଓ ମାଣିତରା ସରପଞ୍ଚ ପ୍ରକାଶ ଚନ୍ଦ୍ର ବେହେରା ଉପସ୍ଥିତ ରହି  ଲୋକମାନଙ୍କ ବିଭିନ୍ନ ଅଭିଯୋଗ ଗ୍ରହଣ କରିଥିଲେ । ଏଥିରେ ମୋଟ ୩୬ ଗୋଟି ଅଭିଯୋଗ ପଞ୍ଜିକରଣ ହୋଇଥିବା ବେଳେ ୩୧ ଟି ବ୍ୟକ୍ତିଗତ ଅଭିଯୋଗ ଓ ୫ ଟି ଗୋଷ୍ଠୀଗତ ଅଭିଯୋଗ ଥିଲା। ଶିବିରରେ ମୋଟ ୩୧ ଗୋଟି ଅଭିଯୋଗର ସମାଧାନ ହୋଇଥିଲା। ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀ ବୃନ୍ଦ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଜନଶୁଣାଣି ଅଫିସର ଜ୍ୟୋତିରଞ୍ଜନ ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ପିଇଓ , ଅଙ୍ଗନୱାଡି କର୍ମୀ ଓ ବ୍ଲକ କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ