ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଖଇରା,(ସରୋଜ ପଣ୍ଡା): ବାଲେଶ୍ୱର ଜିଲ୍ଲାର ଖଇରା ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ମୟୁର ବିକାଶ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ପ୍ରତ୍ୟୁଷ ଦିବାକରଙ୍କ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଖଇରା ପଞ୍ଚାୟତ ସମିତି ଅଧୀନସ୍ଥ ବିଭିନ୍ନ ଗ୍ରାମ ପଞ୍ଚାୟତରୁ ୧୨୩ ଜଣ ଅଭିଯୋଗକାରୀ ନିଜର ଅଭିଯୋଗ ଫର୍ଦ୍ଦ ଉପସ୍ଥାପନ କରିଥିଲେ। ସେଥି ମଧ୍ୟରୁ ୧୦୧ ଗୋଟି ବ୍ୟକ୍ତିଗତ ଏବଂ ୧୭ ଗୋଟି ସାମୁହିକ ଅଭିଯୋଗ ସମ୍ପର୍କିତ ହୋଇଥିବା ବେଳେ ୫ ଗୋଟି ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠି ନିମନ୍ତେ ଆବେଦନ କରିଥିଲେ । ଏହି ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମରେ ୧୬ ଗୋଟି ଅଭିଯୋଗର ତତକାଳ ସମାଧାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀଯୁକ୍ତ ହେମନ୍ତ ସିଂ,  କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ସଂଜୟ କୁମାର ରାଉତ, ମୁଖ୍ୟ ଜିଲ୍ଲା ଚିକିତ୍ସାଧିକାରୀ, ଡ. ପ୍ରଭାତ କୁମାର ବେହେରାଙ୍କ ସମେତ ଜିଲ୍ଲାର ବିଭିନ୍ନ ବିଭାଗୀୟ ପଦାଧିକାରୀମାନେ ଉପସ୍ଥିତ ଥିଲେ ।   ପରିଶେଷରେ ଜିଲ୍ଲାପାଳ ମହୋଦୟ ସ୍ଥାନୀୟ ଅଞ୍ଚଳର କିଛି ଦିବ୍ଯାଙ୍ଗ ଲୋକମାନଙ୍କୁ ହ୍ୱିଲ ଚେୟାର ବଣ୍ଟନ କରିଥିଲେ  । ହ୍ୱିଲ ଚେୟାର ପାଇଥିବା ଦିବ୍ଯାଙ୍ଗ ଲୋକମାନେ ଜିଲ୍ଲା ପ୍ରଶାସନକୁ ସାଧୁବାଦ ଜଣାଇଛନ୍ତି ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ