ଜିଲ୍ଳାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

କଟକ, (ଓ୍ବାଇଏନଏସ): କଟକ ବାରଙ୍ଗ ବ୍ଲକ୍ କାର୍ଯ୍ୟାଳୟଠାରେ ଆଜି ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜନ ଅଭିଯୋଗ ଶୁଣାଣିରେ ସମୁଦାୟ ୧୫୯ଟି ଅଭିଯୋଗ ହସ୍ତଗତ ହୋଇଥିବାବେଳେ, ତନ୍ମଧ୍ୟରେ ୧୫୮ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ଗୋଟିଏ ସାମୁହିକ ଅଭିଯୋଗ ରହିଥିଲା । ଅଭିଯୋଗ ଶୁଣାଣି ଶିବିରରେ ୨୦ଟି ଅଭିଯୋଗର ତ୍ୱରିତ ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଏହି ଅଭିଯୋଗ ଶୁଣାଣି କାଳରେ ଉପାୟୁକ୍ତ ପୋଲିସ୍ କମିଶନରେଟ୍‌, ଭୁବନେଶ୍ୱର-କଟକ ଶ୍ରୀ ଖିଲାରୀ ଋଷିକେଶ ଦ୍ୟାନଦେଓ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଶିବ ଟପୋ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ପ୍ରଶାନ୍ତ କୁମାର ନାୟକ, କଟକ ସଦର ଉପଜିଲ୍ଲାପାଳ ଦିବ୍ୟଜ୍ୟୋତି ସ୍ମୃତିରଞ୍ଜନ ଦେଓ ଏବଂ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ । ଏଥିସହ ପାନୀୟ ଜଳ, ବାର୍ଦ୍ଧକ୍ୟ ଭତ୍ତା, ଭିନ୍ନକ୍ଷମ ଭତ୍ତା, ସ୍ୱାସ୍ଥ୍ୟ, ଶିକ୍ଷା, କୃଷି, ପ୍ରାଣୀ ସମ୍ପଦ ଆଦି ସମ୍ପର୍କିତ ବିଭିନ୍ନ ପଞ୍ଜିକୃତ ଅଭିଯୋଗର ଶୁଣାଣି ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବିଭିନ୍ନ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏଠାରେ ସୂଚନାଯୋଗ୍ୟ ଆସନ୍ତା ୧୨ ତାରିଖରେ କଂଟାପଡା ବ୍ଲକ୍‌ଠାରେ ଜିଲ୍ଳାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ