ମହାବିଦ୍ୟାଳୟରେ ପରିବେଶ ଆଇନ ସଚେତନତା
ଦିଗପହଣ୍ଡି, (ଅଳକ ନାଥ ମିଶ୍ର): ମଙ୍ଗଳବାର ଦିଗପହଣ୍ଡି ବିଜୁ ପଟ୍ଟନାୟକ ମହିଳା ସ୍ନାତକ ମହାବିଦ୍ୟାଳୟ ଠାରେ ପରିବେଶ ଆଇନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି କୋର୍ଟ ଟିଏଲଏସସି ପକ୍ଷରୁ ପରିବେଶ ଆଇନ ସମ୍ପର୍କରେ ସଚେତନତା ସଭାରେ ଦିଗପହଣ୍ଡି କୋର୍ଟର ବରିଷ୍ଠ ଦେଓ୍ବାନି ବିଚାରପତି ମହାଶ୍ୱେତା ପରିଜା ମୂଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍ ନିଳିମା ଷଡ଼ଙ୍ଗୀ, ଖେମୁଣ୍ଡି ଓକିଲ ସଂଘର ପୂର୍ବତନ ସଭାପତି ହରପ୍ରସାଦ ରଥ, ଅଧ୍ୟକ୍ଷା ସ୍ୱାଗତିକା ପାତ୍ର, ଓକିଲ ସଂଘର ଉପସଭାପତି ସନ୍ତୋଷ କୁମାର ସାହୁ, ସମ୍ପାଦକ ପ୍ରଦୀପ କୁମାର ନାୟକ, ପୂର୍ବତନ ସମ୍ପାଦକ କୁରେଶୁ ପଣ୍ଡା, ବିଚାର ବିଭାଗୀୟ କର୍ମଚାରୀ ଅଶ୍ବିନୀ କୁମାର ପଟ୍ଟନାୟକ, ଆଇନଜୀବି ସଞ୍ଜୟ କୁମାର ପଣ୍ଡା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ପରିବେଶ ସୁରକ୍ଷା ଓ ପ୍ରଦୂଷଣ ନିୟନ୍ତ୍ରଣ ଦିଗରେ ରହିଥିବା ବିଭିନ୍ନ ଆଇନ ସମ୍ପର୍କରେ ଛାତ୍ରୀ ମାନଙ୍କୁ ସଚେତନ କରାଯିବା ସହ ବିପଦମୁକ୍ତ ଭବିଷ୍ୟତ ଗଠନରେ ନାଗରିକଙ୍କ ଭୂମିକା ଉପରେ ମଧ୍ୟ ସଚେତନତା କରାଯାଇଥିଲା। ପ୍ରାରମ୍ଭରେ ଅଧ୍ୟାପିକା ଡ଼ଃ.ସୁଜାତା ପାତ୍ର ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିବା ବେଳେ ଶେଷରେ ଅଧ୍ୟାପିକା ସସ୍ମିତା ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ।ସଭା ପରିଚାଳନାରେ କୋର୍ଟ କର୍ମଚାରୀ ତଥା ଟିଏଲସିସି ସମ୍ପାଦକ ପ୍ରଦୀପ କୁମାର ପୁରୋହିତ, ସଂଗ୍ରାମ କେଶରୀ ପଣ୍ଡା, ନିରଞ୍ଜନ ଶବରଙ୍କ ସମେତ ମହାବିଦ୍ୟାଳୟର ଅନ୍ୟ ସମସ୍ତ ଅଧ୍ୟାପିକା ଅଧ୍ୟାପକ ଓ କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ।


