କୁଷ୍ଠ ରୋଗ ନିରାକରଣ ସଚେତନତା କାର୍ଯ୍ୟକ୍ରମ

ଆସିକା (ୱାଇଏନ୍‍ଏସ୍‍): ସ୍ଥାନୀୟ ନିରଞ୍ଜନ ସରକାରୀ ମହିଳା ମହାବିଦ୍ୟାଳୟ ପରିସରରେ ଛତିଶଗଡ ସ୍ଥିତ ଭାରତର କୁଷ୍ଠ ରୋଗ ପ୍ରତିଷ୍ଠାନ ଅନୁଷ୍ଠାନ ପକ୍ଷରୁ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନିରଞ୍ଜନ ସରକାରୀ ମହିଳା ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ଗଣେଶ୍ୱର ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ଛତିଶଗଡ ସ୍ଥିତ କୁଷ୍ଠ ଅନୁସନ୍ଧାନ ଓ ନିରାକରଣ ଅନୁଷ୍ଠାନର ସଂଯୋଜକ ସ୍ୱରୂପ ରଂଜନ ଯୋଗଦେଇ ଏହି ରୋଗର କାରଣ ଓ ନିରାକରଣ ଉପରେ ବହୁ ଶିକ୍ଷଣୀୟ ତଥା ଉପାଦେୟ ମାର୍ଗଦର୍ଶନ କରିବା ସହ ସରକାରଙ୍କ ପକ୍ଷରୁ ଏହି ରୋଗରେ ଆକ୍ରାନ୍ତ ଲୋକଙ୍କୁ ଦିଆଯାଉଥିବା ବିଭିନ୍ନ ସୁବିଧା ସୁଯୋଗ ଉପରେ ଆଲୋକପାତ କରିଥିଲେ । ନିରଞ୍ଜନ ସରକାରୀ ମହିଳା ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା ଓ ଯୁବ ରେଡକ୍ରସର ପ୍ରାୟ ୫ ଶହରୁ ଉର୍ଦ୍ଧ୍ୱ ଛାତ୍ରୀ ଏହି ସଚେତନତା କାର୍ଯ୍ୟକ୍ରମରେ ଯୋଗଦେଇ କୁଷ୍ଠରୋଗ ନିରାକରଣ ସଂକ୍ରାନ୍ତରେ ସଚେତନତାର ବାର୍ତ୍ତା ପୁରପଲ୍ଲୀରେ ପହଞ୍ଚାଇବା ପାଇଁ ସଂକଳ୍ପ ନେଇଥିବା ଲକ୍ଷ୍ୟ କରାଯାଇଥିଲା । ନିରଞ୍ଜନ ସରକାରୀ ମହିଳା ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକ ଡଃ କେ.ଓମ୍‍ ନାରାୟଣ ରାଓ ଓ ଡଃ ଏସ୍‍.ଟି.ରେହେମାନ୍‍, ଅଧ୍ୟାପିକା ଡଃ ଲୀନା ଲିଲିୟାନ୍‍ ଓ ଡଃ ଯଶଶ୍ରୀ ମଲିକ ଏବଂ ଡଃ ଜୟପ୍ରଦା ମହାପାତ୍ର ପ୍ରମୁଖ ଯୋଗଦେଇ ଏହି କାର୍ଯ୍ୟକ୍ରମ ଆୟୋଜନର ଲକ୍ଷ୍ୟ ଓ ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲା ବେଳେ ଶିକ୍ଷାନୁଷ୍ଠାନର ଛାତ୍ରୀମାନେ ଉପସ୍ଥିତ ଥିବା ଦେଖିବାକୁ ମିଳିଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ