ବିଦ୍ୟାଳୟ ସ୍ତରୀୟ ପିଏମ ଶ୍ରୀ ଉତ୍ସବ ଅନୁଷ୍ଠିତ

ବୁଗୁଡା, (ଅନୀଲ କୁମାର ମହାରଣା) : ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ବୁଗୁଡା ବ୍ଳକର ବି କରଡ଼ାବାଡ଼ି ଗ୍ରାମର ପିଏମ ଶ୍ରୀ ସର୍ଦ୍ଦାର ଅନ୍ତର୍ଯ୍ୟାମୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ପିଏମ ଶ୍ରୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ବୁଗୁଡା ବିଇଓ ଚିନ୍ମୟ ମହାପାତ୍ର ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ଶିକ୍ଷାନୁଷ୍ଠାନର ପ୍ରଧାନ ଶିକ୍ଷକ ଗଣେଶ ବେହେରା କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ। ସମ୍ମାନିତ ଅତିଥିଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଗୋପାଳ ଚନ୍ଦ୍ର ନାୟକ, ସମାଜସେବୀ ବଂଶୀଧର ନାୟକ, ସ୍ଥାନୀୟ ସରପଞ୍ଚ ଡି.ଚାନ୍ଦିନୀ ଆଚାରୀ, ସମିତି ମେମ୍ବର ପ୍ରିୟଙ୍କା ସେଠୀ, ବ୍ୟାଙ୍କ ମ୍ୟାନେଜର ଏବଂ ଏସମସି ସଦସ୍ୟ ଓ ସଦସ୍ୟା ବୃନ୍ଦ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ତମ ପରାମର୍ଶ ଦେଇଥିଲେ। ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ପ୍ରଦର୍ଶନ କରଥିବା ଛାତ୍ରଛାତ୍ରୀଙ୍କୁ ଅତିଥିମାନେ ସିଲଡ଼ ଓ ପ୍ରମାଣ ପତ୍ର ପ୍ରଦାନ କରିଥିଲେ। ଛାତ୍ରଛାତ୍ରୀମାନେ ପ୍ରାରମ୍ଭିକ ସଙ୍ଗୀତ ଗାନ କରିବା ସହ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ସ୍କୁଲର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ବୃନ୍ଦ ପରିଚଳନାରେ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ