ହୁମୁକି ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ
ଆସିକା (ୱାଇଏନ୍ଏସ୍) : ଆସିକା ବ୍ଳକ ଅନ୍ତର୍ଗତ ଖାରିଆ ଗ୍ରାମ ପଂଚାୟତର ହୁମୁକି ଗ୍ରାମସ୍ଥିତ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ ସମାରୋହ ଗୁରବାର ଏକ ମନୋଜ୍ଞ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ହୁମୁକି ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଅବନୀକାନ୍ତ ତ୍ରିପାଠୀଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିଥି ରୂପେ ଆସିକା ଗୋଷ୍ଠୀ ଶିକ୍ଷାଧିକାରୀ ମୁନ୍ରାଣୀ ମହାନ୍ତି, ସହକାରୀ ଗୋଷ୍ଠୀ ଶିକ୍ଷାଧିକାରୀ ବିଭୁନନ୍ଦନ ପଣ୍ଡା, ଜଗଦଳପୁର ହାଇସ୍କୁଲ ଗୁଣ୍ଠପଡାର ପ୍ରଧାନଶିକ୍ଷକ ନାରାୟଣ ମହାପାତ୍ର, ଅବସରପ୍ରାପ୍ତ ଶିକ୍ଷକ ଦେବହରି ମହାନ୍ତି, ଶିକ୍ଷାବିତ୍ ସିମାଞ୍ଚଳ ନାହାକ, ସମାଜସେବୀ ଦିଲୀପ କୁମାର ନାହାକ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ରେବତୀ ପ୍ରଧାନ ପ୍ରମୁଖ ଯୋଗଦେଇ ଏହି ପୁରାତନ ଶିକ୍ଷାନୁଷ୍ଠାନର ଅତୀତ ଗୌରବ ଉପରେ ସ୍ମୃତି ଚାରଣ କରି ଉଜ୍ଜ୍ୱଳମୟ ଭବିଷ୍ୟତ ଗଠନ ପାଇଁ ରୂପରେଖ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇ କହିଲେ ଯେ ଛାତ୍ରଛାତ୍ରୀ ମାନେ ଭଲ ମଣିଷ ହେବା ପାଇଁ ପ୍ରଥମେ ଆତ୍ମବିଶ୍ୱାସ ସୃଷ୍ଟି କରିବା ସହ ନିଜର ଲକ୍ଷ୍ୟ ପୂରଣ ପାଇଁ କଠିନ ପରିଶ୍ରମ କରିବାକୁ ଆହ୍ୱାନ କରିବା ସହ ବିଦ୍ୟାର୍ଥୀମାନେ ନିଜ ନିଜର ଉଜ୍ଜଳ ଭବିଷ୍ୟତ ଗଠନ ପାଇଁ ନିର୍ଦ୍ଦିଷ୍ଟ ଲକ୍ଷ୍ୟ ସ୍ଥିର କରି ତାହାକୁ ପୂରଣ କରିବା ସକାଶେ ଗଭୀର ଆତ୍ମବିଶ୍ୱାସ ଓ ନିଷ୍ଠାର ସହ ଅଧ୍ୟୟନ ଜାରି ରଖି ପ୍ରତିଟି କ୍ଷେତ୍ରରେ ସଫଳତା ହାସଲ କରି ନିଜ ପିତାମାତା ଓ ଗୁରୁଙ୍କ ସ୍ୱପ୍ନକୁ ସାକାର କରିବା ସାଙ୍ଗକୁ ଶିକ୍ଷାନୁଷ୍ଠାନର ଗୌରବକୁ ଅକ୍ଷୁର୍ଣ୍ଣ ଲଖିବାକୁ ଆହ୍ୱାନ କରିଥିବା ଲକ୍ଷ୍ୟ କରାଯାଇଥିଲା । ଆସିକା ବ୍ଳକ ଅନ୍ତର୍ଗତ ହୁମୁକି ଗ୍ରାମ ସ୍ଥିତ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ ସମାରୋହ ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ବେଳେ ବିଦ୍ୟାର୍ଥୀ ମାନଙ୍କ ଦ୍ୱାରା ପରିବେଷିତ ହୋଇଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ଉପସ୍ଥିତ ସଚେତନ ନାଗରିକ, ବୁଦ୍ଧିଜୀବୀ, ଅଭିଭାବକଙ୍କୁ ବିମୋହିତ କରିଦେଇଥିଲା । ଆସିକା ବ୍ଳକ ଅନ୍ତର୍ଗତ ହୁମୁକି ଗ୍ରାମ ସ୍ଥିତ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ଏହି ପୁରସ୍କାର ବିତରଣ କାର୍ଯ୍ୟକ୍ରମକୁ ସୁପରିଚାଳନା କରିବା ଦିଗରେ ବିଦ୍ୟାଳୟର ସହକାରୀ ଶିକ୍ଷକ ଅଭିମନ୍ୟୁ ବେହେରା, କାଳୁଚରଣ ଲେଙ୍କା, ଖଦାଳ ସେଠୀ, ବିପିନ୍ ବିହାରୀ ମହାପାତ୍ର, ନମିତା କୁମାରୀ ନାହାକ, ତପସ୍ୱିନୀ ନାୟକ, ସଙ୍ଗୀତା କୁମାରୀ ସାହୁ, ନିଖିଳ କୁମାର ସାହୁ, ସନ୍ତୋଷ କୁମାର ମହାରଣା, ଶ୍ରୀପତି କର, ମମତା କୁମାରୀ ବିଶ୍ୱାଳଙ୍କ ସମେତ ସମସ୍ତ ଶିକ୍ଷକ ଓ କର୍ମଚାରୀ ସହଯୋଗ କରିଥିବା ଲକ୍ଷ୍ୟ କରାଯାଇଥିଲା।


