ଶାସଙ୍ଗ ହାଇସ୍କୁଲରେ ନେତାଜୀ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ

ହାଟଡିହି (ଓ୍ବାଇଏନଏସ): ଶାସଙ୍ଗ ପଞ୍ଚାୟତ  ହାଇସ୍କୁଲରେ ନେତାଜୀ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ ହୋଇଯାଇଛି।  ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ରାଧାକୃଷ୍ଣ ପତିଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ  ପ୍ରାକ୍ତନ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ନବକିଶୋର ବିଶ୍ଵାଳ , ଶିକ୍ଷକ ମାଧବାନନ୍ଦ ଜେନା, ଶିଶିର କୁମାର ବିଶ୍ବାଳ,  ଲକ୍ଷ୍ମୀକାନ୍ତ ମିଶ୍ର, ପଦ୍ମନାଭ ପଣ୍ଡା, ଶାନ୍ତନୁ କୁମାର ରାଉତ, ପ୍ରଦୀପ କୁମାର ସ୍ୱାଇଁ ପ୍ରମୁଖ ଯୋଗଦେଇ  ଛାତ୍ରଛାତ୍ରୀମାନଙ୍କୁ ନେତାଜୀ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୀବନ ଦର୍ଶନ ଓ ଅନବରତ ଚେଷ୍ଟା କିପରି ସଫଳତା ଆଣିଦେଇଥାଏ ସେ ବିଷୟ ଆଲୋକପାତ କରିଥିଲେ। ପରେ ବିଦ୍ୟାଦାତ୍ରୀ ମା ସରସ୍ବତୀଙ୍କ ପୂଜା ଅର୍ଚନା ପରେ ପ୍ରସାଦ ବଣ୍ଟନ କରାଯାଇଥିଲା।  ସତ୍ୟବ୍ରତ ବିଶ୍ୱାଳ, ପର୍ଶୁରାମ ନାୟକ, ରମେଶ ଚନ୍ଦ୍ର ନାୟକ, କନକ ସାହୁ, ପାରା ସ୍ୱାଇଁ, ସନ୍ତୋଷିନୀ ମଣ୍ଡଳ, ମଞ୍ଜୁଲତା ବାରିକ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ