ଜିଲ୍ଲାସ୍ତରୀୟ ଜାତୀୟ ମତଦାତା ଦିବସ ପାଳିତ

କଟକ, (ଓ୍ବାଇଏନଏସ): ଜିଲ୍ଲାରେ ମତଦାତାଙ୍କ ସଂଖ୍ୟା ବୃଦ୍ଧି କରିବା ତଥା ଯୁବ ଭୋଟରମାନଙ୍କୁ ମତଦାନ ପ୍ରତି ଆକର୍ଷିତ କରିବା ଉପରେ ଆଜି ଜିଲ୍ଲାସ୍ତରୀୟ ମତାଦାତା ଦିବସରେ ଗୁରୁତ୍ୱ ପ୍ରଦାନ କରାଯାଇଛି । ଏହି ଅବସରରେ ଆଜି କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରୁ ଏକ ୱାକାଥନ୍ ବାହାରିଥିଲା । ଏଥିରେ ଜିଲ୍ଲାର ବହୁ ବରିଷ୍ଠ ଅଧିକାରୀ, କର୍ମଚାରୀ ଓ କଲେଜ୍ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରୁ ୱାକାଥନ୍ ବାହାରି ଜୁଡିସିଆଲ ଏକାଡେମୀ ଛକ ଦେଇ ପ୍ଲାକାର୍ଡ ମାଧ୍ୟମରେ ସଚେତନତା ବାର୍ତ୍ତା ଦେଇ ବିଭିନ୍ନ ସ୍ଥାନ ପରିକ୍ରମା କରିଥିଲା । ପରେ ପରେ ସଦଭାବନା ସଭାଗୃହଠାରେ ଏକ ସାଧାରଣ ସଭା ଆୟୋଜନ କରାଯାଇଥିଲା । ଅତିରିକ୍ତ ଜିଲ୍ଳାପାଳ ତଥା ଅତିରିକ୍ତ ଜିଲ୍ଲା ନିର୍ବାଚନ ଅଧିକାରୀ ଶ୍ରୀ କମଲଜିତ୍ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସାଧାରଣ ସଭାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦିବ୍ୟଲୋଚନ ମହାନ୍ତ, ଉପଜିଲ୍ଲାପାଳ ଆଠଗଡ ଶ୍ରୀ ପ୍ରହଲ୍ଳାଦ ନାରାୟଣ ଶର୍ମା, ଉପଜିଲ୍ଲାପାଳ କଟକ ସଦର ଶ୍ରୀ ଦିବ୍ୟଜ୍ୟୋତି ସ୍ମୃତିରଞ୍ଜନ ଦେଓ, ଅତିରିକ୍ତ ଉପଜିଲ୍ଲାପାଳ ଶ୍ରୀ ଦେବାଶିଷ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅବସରରେ ଜିଲ୍ଲାର ୫ଜଣ ନୂତନ ଭୋଟରଙ୍କୁ ଭୋଟ ପରିଚୟ ପତ୍ର ପ୍ରଦାନ କରାଯାଇଥିଲା ଏବଂ ଜାତୀୟ ମତଦାତା ଦିବସ ଅବସରରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯିବା ସହିତ ବ୍ଲକସ୍ତରୀୟ ଅଧିକାରୀ ଏବଂ ବୁଥସ୍ତରୀୟ ପର୍ଯ୍ୟବେକ୍ଷକ ଓ ଭୋଟର ପଞ୍ଜୀକରଣ ଅଧିକାରୀମାନଙ୍କୁ ପୁରସ୍କୃତ କରାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ