ରୁଦ୍ରାଣୀ ପବ୍ଲିକ ସ୍କୁଲରେ ସାଧାରଣତନ୍ତ୍ର ଦିବସ
କେନ୍ଦ୍ରାପଡ଼ା(ଚିତ୍ତ ରଞ୍ଜନ ଦାଶ):କେନ୍ଦ୍ରାପଡ଼ା ବ୍ଲକ ଅଧିନ କପାଳେଶ୍ୱରସ୍ଥିତ ଜିଲ୍ଲାର ଅଗ୍ରଣୀ ଶିକ୍ଷାନୁଷ୍ଠାନ ରୁଦ୍ରାଣୀ ପବ୍ଲିକ ସ୍କୁଲରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଅବସରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ସବିତା ପଣ୍ଡା ଓ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଶ୍ରୀଧର ମହାନ୍ତି ଜାତୀୟ ପତାକା ଉତ୍ତୋଳନ କରିଥିଲେ। ପତାକା ଉତ୍ତୋଳନ ପରେ ସାମୁହିକ ଜାତୀୟ ସଙ୍ଗୀତ ଗାନ କରାଯିବା ସହିତ ଦେଶ ପାଁଇ ବଳିଦାନ ଦେଇଥିବା ସ୍ୱାଧୀନତା ସଂଗ୍ରାମୀ ମାନଙ୍କ ଜୟ ଗାନ କରାଯାଇଥିଲା। ରୁଦ୍ରାଣୀ ପବ୍ଲିକ ସ୍କୁଲର ଅଧ୍ୟକ୍ଷା ସୌଦାମିନୀ ପଣ୍ଡା ଓ ନିମନ୍ତ୍ରିତ ଅତିଥି ମାନେ ସାଧାରଣତନ୍ତ୍ର ଦିବସ ପାଳନର ଉଦେଶ୍ୟ ସମ୍ପର୍କରେ ଛାତ୍ରଛାତ୍ରୀ ମାନଙ୍କୁ ଅବଗତ କରାଇଥିଲେ। ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା। ପରେ ବିଦ୍ୟାଳୟର ପିଲାମାନଙ୍କୁ ମିଷ୍ଟାନ୍ନ ବଣ୍ଟନ କରାଯିବା ପରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ନାଚ ଗୀତ ଆଦି ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।


