କରସିଙ୍ଗି ପଞ୍ଚାୟତସ୍ତରୀୟ ମିଳିତ ଜନଶୁଣାଣି
ବୁଗୁଡା (ଅନୀଲ କୁମାର ମହାରଣା) : ବୁଗୁଡା ବ୍ଲକ ଅନ୍ତର୍ଗତ କରସିଙ୍ଗି ପଞ୍ଚାୟତରେ ଫେବୃଆରୀ ୦୨ ତାରିଖ ଦିନ ପଞ୍ଚାୟତ ସ୍ତରୀୟ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ବୁଗୁଡା ବିଡିଓ ଦୁତିକୃଷ୍ଣ ପାତ୍ରଙ୍କ ତତ୍ତ୍ଵାବଧାନରେ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ମିଳିତ ଜନଶୁଣାଣିରେ ବୁଗୁଡା ଅତିରିକ୍ତ ତହସିଲଦାର ସୁନନ୍ଦ ଶେଖର ସାହାଣୀ , ଏବିଡିଓ ଧର୍ମରାଜ ପରିଡା, ଆଇଆଇସି ସୀତାଂଶୁ ଶେଖର ମାନ୍ଧାତା ପ୍ରମୁଖ ଜନସାଧାରଣଙ୍କ ଅଭିଯୋଗ ଗ୍ରହଣ କରିଥିଲେ। ମୋଟ ୧୬ ଟି ଅଭିଯୋଗ ପଞ୍ଜିକୃତ ହୋଇଥିବା ବେଳେ ସେଥିରୁ ୮ ଟି ଅଭିଯୋଗ ବ୍ୟକ୍ତିଗତ ଓ ୮ ଟି ଗୋଷ୍ଠୀଗତ ଅଭିଯୋଗ ଥିଲା। ଶିବିରରେ ତତ୍କାଳୀନ ୧୧ ଟି ଅଭିଯୋଗ ସମାଧାନ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ସିଡିପିଓ, ଏଇଇ, ବିଏସଏସଓ, ଏବିଇଓଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀ ବୃନ୍ଦ ଯୋଗଦେଇଥିଲେ। କାର୍ଯ୍ୟକ୍ରମକୁ ଜନଶୁଣାଣି ଅଫିସର ଜ୍ୟୋତି ରଞ୍ଜନ ସାହୁ ପରିଚାଳନା କରିଥିବା ବେଳେ କରସିଙ୍ଗି ପଞ୍ଚାୟତ ପିଇଓ, ଏଡିଇଓ ଙ୍କ ସମେତ ଅଙ୍ଗନବାଡ଼ି କର୍ମୀ ଓ ବ୍ଳକ କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ।


