ନିମିନା ବୃନ୍ଦାବନ ଚନ୍ଦ୍ର ମହାବିଦ୍ୟାଳୟର ବାର୍ଷିକ ଉତ୍ସବ

ଆସିକା (ୱାଇଏନ୍‍ଏସ୍‍) :ବିଦ୍ୟାର୍ଥୀ ମାନେ ନିଜର ଲକ୍ଷ୍ୟ ସ୍ଥଳରେ ପହଞ୍ଚି ଭଲ ମଣିଷ ହେବା ପାଇଁ କଠିନ ପରିଶ୍ରମ କରିବା ସହ ସମୟାନୁବର୍ତ୍ତିତା ହେବାକୁ ଆସିକା ବ୍ଳକ ଅନ୍ତର୍ଗତ କେନ୍ଦୁପଦର ସ୍ଥିତ ନିମିନା ବୃନ୍ଦାବନ ଚନ୍ଦ୍ର ମହାବିଦ୍ୟାଳୟର ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମରେ ଯୋଗ ଦେଇ ବକ୍ତାମାନେ ମତବ୍ୟକ୍ତ କରିଥିବା ଲକ୍ଷ୍ୟ କରାଯାଇଛି। ନିମିନା ବୃନ୍ଦାବନ ଚନ୍ଦ୍ର ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ଉତ୍ସାହ ଉଦ୍ଦୀପନାର ସହ ଏକ ମନୋଜ୍ଞ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। କେନ୍ଦୁପଦର ସ୍ଥିତ ନିମିନା ବୃନ୍ଦାବନ ଚନ୍ଦ୍ର ମହାବିଦ୍ୟାଳୟର ଅଧ୍ୟକ୍ଷ ଅମର ପ୍ରସାଦ ବିଷୋୟୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏହି ୪୮ ତମ ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଆସିକା ବିଧାୟକ ସରୋଜ କୁମାର ପାଢୀ ଓ ସମ୍ମାନିତ ଅତିଥି ରୂପେ ଆସିକା ସମବାୟ ଚିନିଶିଳ୍ପର ପରିଚାଳନା ନିର୍ଦ୍ଦେଶକ ଡଃ ସୁଶାନ୍ତ କୁମାର ପଣ୍ଡା ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଭଲ ମଣିଷ ହେବାକୁ ମାର୍ଗଦର୍ଶନ କରି ଦୀର୍ଘ ୪୮ବର୍ଷ ଧରି ଏହି ପୁରାତନ ଶିକ୍ଷାନୁଷ୍ଟାନ ସ୍ଥାନୀୟ ଅଞ୍ଚଳରେ ବହୁ ମେଧାବୀ ବିଦ୍ୟାର୍ଥୀଙ୍କୁ ସୃଷ୍ଟି କରିଥିବାରୁ ଅଧ୍ୟାପକ ଓ ଅଧ୍ୟାପିକାମାନଙ୍କ ଶିକ୍ଷାଦାନ ଶୈଳୀକୁ ପ୍ରଶଂସା କରିବା ସହିତ ଶୃଙ୍ଖଳିତ ଛାତ୍ର ଜୀବନ ଉତ୍ତମ ଭବିଷ୍ୟତ ଗଠନର ପ୍ରଥମ ପାହାଚ ହୋଇଥିବାରୁ ଛାତ୍ରଛାତ୍ରୀ ମାନେ ଭଲ ପାଠ ପଢିବା ସହ ସେମାନଙ୍କ ଅନ୍ତର୍ନିହିତ ପ୍ରତିଭାର ବିକାଶକରି ପିତାମାତା, ଗୁରୁଜନ ଓ ଶିକ୍ଷାନୁଷ୍ଟାନର ଗୌରବକୁ ବୃଦ୍ଧିକରିବାକୁ ପରାମର୍ଶ ଦେଇ କଠିନ ପରିଶ୍ରମ, ସକରାତ୍ମକ ଚିନ୍ତନ ଓ ପିତାମାତା ତଥା ଗୁରୁଜନ ମାନଙ୍କ ଆଶୀର୍ବାଦ ରହିଲେ ସଫଳତା ମିଳିବା ଅନିବାର୍ଯ୍ୟ ବୋଲି ପ୍ରକାଶ କରି ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ। କେନ୍ଦୁପଦର ସ୍ଥିତ ନିମିନା ବୃନ୍ଦାବନ ଚନ୍ଦ୍ର ମହାବିଦ୍ୟାଳୟର ୪୮ ତମ ବାର୍ଷିକ ଉତ୍ସବ ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା ବେଳେ ବିଦ୍ୟାର୍ଥୀ ମାନଙ୍କ ଦ୍ୱାରା ପରିବେଷିତ ହୋଇଥିବା ଚିତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ଉପସ୍ଥିତ ଅଭିଭାବକ, ସଚେତନ ନାଗରିକ ଓ ବୁଦ୍ଧିଜୀବୀଙ୍କୁ ବିମୋହିତ କରିଦେଇଥିବା ଲକ୍ଷ୍ୟ କରାଯାଇଥିଲା। ଆସିକା ବ୍ଳକ ଅନ୍ତର୍ଗତ କେନ୍ଦୁପଦର ସ୍ଥିତ ନିମିନା ବୃନ୍ଦାବନ ଚନ୍ଦ୍ର ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଥିବା ବାର୍ଷିକ ଉତ୍ସବକୁ ସୁପରିଚାଳନା କରିବା ଦିଗରେ ଶିକ୍ଷାନୁଷ୍ଠାନର ଅଧ୍ୟାପକ ସିଲୁ ସେଠୀ, ଉଦିତ୍‍ ନାରାୟଣ ଦାଶ, ଅନୁପ କୁମାର ଷଡଙ୍ଗୀ, ଯସ୍ମିନ୍‍ କୁମାରୀ ନାୟକଙ୍କ ସମେତ ସମସ୍ତ ପ୍ରାଧ୍ୟାପକ, ପ୍ରାଧ୍ୟାପିକା, ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ସକ୍ରିୟ ସହଯୋଗ କରିଥିବା ଲକ୍ଷ୍ୟ କରାଯାଇଥିଲା। ଆସିକା ବ୍ଳକ ଅନ୍ତର୍ଗତ କେନ୍ଦୁପଦର ସ୍ଥିତ ନିମିନା ବୃନ୍ଦାବନ ଚନ୍ଦ୍ର ମହାବିଦ୍ୟାଳୟର ୪୮ ତମ ବାର୍ଷିକ ଉତ୍ସବ ଅବସରରେ ଶିକ୍ଷାନୁଷ୍ଠାନ ପକ୍ଷରୁ ଆଗନ୍ତୁକ ଅତିଥି ମାନଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା ବେଳେ ଛାତ୍ରସଂଘର ଉପଦେଷ୍ଟା ତଥା ବରିଷ୍ଠ ଅଧ୍ୟାପକ ସିଲୁ ସେଠୀ ବାର୍ଷିକ ବିବରଣୀ ପଠନ କରିଥିଲା ବେଳେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି, ସଚେତନ ନାଗରିକ, ବୁଦ୍ଧିଜୀବୀ ଓ ବିଦ୍ୟାର୍ଥୀ ଉପସ୍ଥିତ ଥିବା ଦେଖିବାକୁ ମିଳିଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ