ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀଙ୍କ ବଦଳି ଦାବି କରି ଆଶାକର୍ମୀଙ୍କ ଧାରଣା
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା ): ଗଜପତି ଜିଲ୍ଲା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀଙ୍କ ବଦଳି ଦାବିରେ ଆଶାକର୍ମୀମାନେ ଧାରଣା ଦେଇଛନ୍ତି l ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀଙ୍କ ସରକାରୀ ପ୍ରକୋଷ୍ଠରେ ତାଲା ପକାଇ ପ୍ରକୋଷ୍ଠ ସମ୍ମୁଖରେ ଆଶାକର୍ମୀ ଧାରଣା ଦେଇଛନ୍ତି l ସେମାନଙ୍କ କୌଣସି କାର୍ଯ୍ୟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ କରୁନଥିବା ଅଭିଯୋଗ କରିଛନ୍ତି ଆଶାକର୍ମୀମାନେ. ଯେବେ ଠାରୁ ଡାକ୍ତର ଜୟ ପଣ୍ଡା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଭାବେ ଦାୟିତ୍ୱ ନେଇଛନ୍ତି ସେହିଦିନ ଠାରୁ ଆଶାକର୍ମୀଙ୍କୁ ନିୟମିତ ପାରିଶ୍ରମିକ ମିଳୁନଥିବା ଅଭିଯୋଗ କରିଛନ୍ତି l ପୂର୍ବରୁ ଅନେକ ଥର ପ୍ରଶାସନ ଠାରେ ଦାବି କରିଥିଲେ ମଧ୍ୟ କୌଣସି ସମସ୍ୟା ସମାଧାନ ହେଉନଥିବା ଅଭିଯୋଗ ହୋଇଛି l ଯେତେବେଳେ ପର୍ଯ୍ୟନ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀଙ୍କୁ ବଦଳି ହୋଇନି ସେତେବେଳେ ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଆଶାକର୍ମୀ ସଂଘ ସଭାନେତ୍ରୀ ଅନୁପମା ନାୟକ,ବ୍ଲକ ସଭାନେତ୍ରୀ ସଙ୍ଗୀତା ନାୟକ ଚେତାବନୀ ଦେଇଛନ୍ତି l


