ପିଏମଶ୍ରୀ ବାଲିପଦର ହାଇସ୍କୁଲର ୬୯ ତମ ବାର୍ଷିକ ଉତ୍ସବ

ବୁଗୁଡା, (ଅନୀଲ କୁମାର ମହାରଣା) : ଗଞ୍ଜାମ ଜିଲ୍ଲାର ବୁଗୁଡା ବ୍ଲକ ଅନ୍ତର୍ଗତ ବାଲିପଦର ଗ୍ରାମର ପି.ଏମ.ଶ୍ରୀ ବାଲିପଦର ଉଚ୍ଚ ବିଦ୍ୟାଳୟର ୬୯ ତମ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ କାର୍ଯ୍ୟକ୍ରମ ୦୭/୦୨/୨୬ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଇ. ନୀଳାଚଳ ପାତ୍ର ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଲିଙ୍ଗରାଜ ଜେନା, ମୁଖ୍ୟ ବକ୍ତା ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଗିରିଧାରୀ ସ୍ୱାଇଁ ଏବଂ ସମ୍ମାନିତ ଅତିଥି ଭାବେ ପ୍ରାକ୍ତନ ପ୍ରଧାନ ଶିକ୍ଷକ ରବୀନ୍ଦ୍ର ରାଉତ, ପରିବେଶବିତ ବି.ଗୋପାଳ ପାତ୍ର, ସିଆରସିସି ବିଶ୍ୱଜିତ ପରିଡା, ଏସଏମସି ସଭାପତି ଟୁନା ଗୌଡ ଓ ଜିତେନ୍ଦ୍ର ଗୌଡ଼ ଯୋଗଦେଇ ଉତ୍ତମ ନାଗରିକ ହେବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେବାସହ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କାର ଓ ପ୍ରମାଣପତ୍ର ବଣ୍ଟନ କରିଥିଲେ। ସେହିପରି ଗତ ଦଶମ ବୋର୍ଡ ପରୀକ୍ଷାରେ ବିଦ୍ୟାଳୟରେ ଟପର ହୋଇଥିବା ଶିକ୍ଷାର୍ଥୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ବୃନ୍ଦ ପରିଚାଳନାରେ ସହଯୋଗ କରିଥବା ବେଳେ ବହୁ ଅଭିଭାବକ ଯୋଗଦେଇଥିଲେ। ଶେଷରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ