ରତ୍ନଭଣ୍ଡାର ପ୍ରସଙ୍ଗ : ୩ ମାସରେ ଗଣତି ମଣତି ସାରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
କଟକ, (ଓ୍ବାଇଏନଏସ): ରତ୍ନଭଣ୍ଡାର ଗଣତି ମଣତି ପ୍ରସଙ୍ଗରେ ବଡ ନିର୍ଦେଶ ଦେଇଛନ୍ତି ହାଇକୋର୍ଟ। ଆସନ୍ତା ୩ ମାସ ମଧ୍ୟରେ ଗଣତି ମଣତି କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ହାଇକୋର୍ଟ ନିର୍ଦେଶ ଦେଇଛନ୍ତି। ସେହିଭଳି ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ ରିପୋର୍ଟ ନେଇ ହାଇକୋର୍ଟ ଆଜି ଗୁରୁତ୍ଵପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ବିଧାନସଭା ଅଧିବେଶନରେ ରିପୋର୍ଟ ଉପସ୍ଥାପନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଉଚ୍ଚ ନ୍ୟାୟାଳୟ । ଜଷ୍ଟିସ ରଘୁବୀର ଦାସ କମିଶନଙ୍କ ରିପୋର୍ଟ ଉପସ୍ଥାପନ ପାଇଁ ନିର୍ଦ୍ଦେଶ ଦିଆଯାଇଛି ।୨୦୧୮ ମସିହାରେ ଚାବି ହଜିଥିବା ବେଳେ ତଦନ୍ତ ନେଇ ଏକ କମିଶନ ମଧ୍ୟ ଗଠନ କରାଯାଇଥିଲା । ତେବେ ପରବର୍ତ୍ତୀ ସମୟରେ ରତ୍ନଭଣ୍ଡାରରେ ପାଣି ଜମିବା ପ୍ରସଙ୍ଗ ଉଠିଥିଲା । ତେବେ ଏହି ପ୍ରସଙ୍ଗରେ ହାଇକୋର୍ଟ ଅନେକ ବାର ନିର୍ଦ୍ଦେଶ ଦେଇଥିଲେ । ତେବେ ଏଏସଆଇ ପକ୍ଷରୁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ କରାଯାଇଥିଲା । ତେବେ ଏହି କାର୍ଯ୍ୟ ଶେଷ ହେବା ପରେ ଗଣତିମଣତି ସାରିବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।


