ଜିଲ୍ଲା ସ୍ତରୀୟ ବିକଶିତ ଭାରତ ୟୁଥ ପାର୍ଲାମେଣ୍ଟ ପାଇଁ ସାମ୍ବାଦିକ ସମ୍ମିଳନୀ

କେନ୍ଦ୍ରାପଡ଼ା, (ଚିତ୍ତ ରଞ୍ଜନ ଦାଶ):କେନ୍ଦ୍ରାପଡ଼ା ସାନ୍ଧ୍ୟ ସ୍ନାତକ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ଓ ମାଇଁ ଭାରତ ପକ୍ଷରୁ ଜିଲ୍ଲାସ୍ତରୀୟ ବିକଶିତ ଭାରତ ୟୁଥ ପାର୍ଲାମେଣ୍ଟ ଆୟୋଜନ ନେଇ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ଆସନ୍ତା ୨୫ତାରିଖରେ ସାନ୍ଧ୍ୟ ସ୍ନାତକ ମହାବିଦ୍ୟାଳୟରେ ଅନୁଷ୍ଠିତ ହେବ। ଏହି ସାମ୍ବାଦିକ ସମ୍ମିଳନୀରେ ସାନ୍ଧ୍ୟଡିଗ୍ରୀ ମହାବିଦ୍ୟାଳୟ ଅଧ୍ୟକ୍ଷା ଆଦ୍ୟାରଶ୍ମି ମହାପାତ୍ର, ପୂର୍ବତନ ଜିଲ୍ଲା କାର୍ଯ୍ୟକ୍ରମ ଅଧିକାରୀ ଶିଶିରକାନ୍ତ ମହାପାତ୍ର, ମାଇଁ ଭାରତ ୟୁବା ଭାରତର ଯୁବ କାର୍ଯ୍ୟକ୍ରମ ଅଧିକାରୀ ଗୋଲୀ ତିରୁପତି ରେଡ୍ଡୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଫକିର ମୋହନ ମାଝୀ, ସନ୍ଧ୍ୟା ସ୍ନାତକ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା ଅଧିକାରୀ ମୃତ୍ୟୁଞ୍ଜୟ ମହାନ୍ତି ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ ମହାବିଦ୍ୟାଳୟର ୨ଶହରୁ ଅଧିକ ଛାତ୍ରଛାତ୍ରୀ ଏବଂ ୧୫ ବର୍ଷରୁ ୨୫ ବର୍ଷ ବୟସର ଇଚ୍ଛୁକ ଅନ୍ୟଯୁବ ଗୋଷ୍ଠୀମାନେ ଯୋଗଦେଇପାରିବେ। “ବିକଶିତ ୧୦୦ ବର୍ଷ ଭାରତ ଏବଂ ୫୦ ବର୍ଷ ଗଣତନ୍ତ୍ର’ ଉପରେ ଆଧାରିତ ବିଷୟବସ୍ତୁ ଉପରେ ଆଲୋଚନା କରାଯିବା ସହିତ ଏକ ଛାୟା ସଂସଦ ପ୍ରକ୍ରିୟାରେ ଜୁରୀ ସଦସ୍ୟମାନେ ଉପସ୍ଥିତ ରହି ଫଳାଫଳ ବିଚାର କରିବେ। ଜିଲ୍ଲାସ୍ତରୀୟ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ରାଜ୍ୟସ୍ତରୀୟ ପ୍ରତିଯୋଗିତା ଅଂଶ ଗ୍ରହଣ କରବେ। ରାଜ୍ୟସ୍ତରୀୟ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ମାନେ ଜାତୀୟ ସ୍ତରୀୟ ପାର୍ଲାମେଣ୍ଟକୁ ମନୋନୀତ ହେବେ ବୋଲି ସୂଚନା ଦିଆଯାଇଛି। ଏହି ସାମ୍ବାଦିକ ସମ୍ମିଳନୀରେ ସନ୍ଧ୍ୟା ସ୍ନାତକ ମହାବିଦ୍ୟାଳୟର ଅଧ୍ୟାପିକା ରୁକ୍ମୁଣୀ ସାହୁ, ମନୋରଞ୍ଜନ ରାଉତ, ମାଇଁ ଭାରତ କର୍ମୀ ଲକ୍ଷ୍ମୀକାନ୍ତ ଜେନା, କର୍ମଚାରୀ ଅଶୋକ ମଳିକ, କିସନ ନିମାଇ, ଶ୍ରୀଧର ବେହେରା ପ୍ରମୁଖ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ